Saturday, May 16, 2026
29.3 C
Odisha

    କାନପୁର ଦୀନା ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ, ଜଣେ ମୃତ

    ଆଗକୁ ପଢନ୍ତୁ

    କାନପୁର : କାନପୁର ଘାଟମପୁରର ଦୀନା ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ତିନିଟି ଦୋକାନ ଜଳି ଯାଇଛି । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ସକାଳେ ଦୋକାନ ଖୋଲିବା ସମୟରେ ଏହି ଅଘ୍ନିକାଣ୍ଡ ଘଟିଥିଲା । ସ୍ଥାନୀୟ ଲୋକେ ତୁରନ୍ତ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ ।

    ସୂଚନାନୁଯାୟୀ, ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ତୁରନ୍ତ ନିଆଁ ବ୍ୟାପିଯାଇଥିଲା । ଫଳରେ ଅନ୍ୟ ଦୋକାନଗୁଡିକ ମଧ୍ୟ ଜଳିଯାଇଛି । ଏହି ଅଗ୍ନିକାଣ୍ଡରେ ତିନିଟି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି । ସେହି ୩ଟି ଦୋକାନ ଗୋଟିଏ ପରିବାରର ବୋଲି ଜଣାପଡିଛି । ଅଗ୍ନିକାଣ୍ଡ ଯୋଗୁଁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବିଭାଗ ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ । ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ଲୋକଙ୍କୁ ସୁରକ୍ଷିତ ଦୂରତାରେ ରଖିଛି । ଅଗ୍ନିକାଣ୍ଡରେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.3 ° C
    29.3 °
    29.3 °
    63 %
    3.1kmh
    87 %
    Fri
    29 °
    Sat
    41 °
    Sun
    43 °
    Mon
    46 °
    Tue
    47 °

    ସମ୍ବନ୍ଧିତ