Sunday, April 12, 2026
39 C
Odisha

    କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ: ୩ ଆହତ ଏସସିବିରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ଚୌଦ୍ଵାର : କାମାକ୍ଷା ଏକ୍ସପ୍ରେସ୍ ଲାଇନ୍‌ଚ୍ୟୁତ। ଚୌଦ୍ଵାର ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ବେଙ୍ଗାଲୁରୁ- କାମାକ୍ଷା ଏକ୍ସପ୍ରେସ୍‌ ଲାଇନଚ୍ୟୁତ ହୋଇଛି। ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ପୂର୍ବାହ୍ନ ୧୧ଟା ୫୪ ମିନିଟ୍‌ରେ ଏକ୍ସପ୍ରେସ୍‌ ର ୧୧ଟି ବଗି ଲାଇନ୍ ଚ୍ୟୁତ ହୋଇଥିବା ନେଇ ପୂର୍ବତନ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତାହତ ନେଇ କୌଣସି ସୂଚନା ମିଳିନାହିଁ। କିଛି ଯାତ୍ରୀ ଆହତ ହୋଇଥିବାରୁ ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ପ୍ରବଳ ଖରା ଯୋଗୁଁ ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ପିଇବା ପାଣି ମିଳୁନଥିବା ଯାତ୍ରୀମାନେ ଅଭିଯୋଗ କରିଛନ୍ତି। ପୂର୍ବତଟ ରେଳବାଇର ବରିଷ୍ଠ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିବାରେ ଲାଗିଛନ୍ତି । ଅନ୍ୟପଟେ ରେଳ ବିଭାଗ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି କରାଯାଇଛି। କଟକ ପାଇଁ ୮୯୯୧୧୨୪୨୩୮, ଭୁବନେଶ୍ଵର ପାଇଁ ୮୪୫୫୮୮୫୯୯୯, ଖୋର୍ଦ୍ଧା ପାଇଁ ୦୬୭୪୨୪୯୨୨୪୫ ହେଲ୍ପ ଡେସ୍କ ନମ୍ବର ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ