Sunday, October 4, 2026
24.6 C
Odisha

    କାର୍ଯ୍ୟଭାର ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନୂଆ ଡିଜିପି

    ଆଗକୁ ପଢନ୍ତୁ

    ନୂଆ ପୋଲିସ ଡିଜି ଭାବେ ଓ୍ବାଇ ବି ଖୁରାନିଆ କାର୍ଯ୍ୟଭାର ସମ୍ଭାଳିବା ପରେ ଶନିବାର ସସ୍ତ୍ରୀକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ଲାଭ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାରଠାରେ ପହଞ୍ଚିବା ପରେ ପୁରୀ ଏସ୍‌ପି ଏବଂ ଅନ୍ୟାନ୍ୟ ବରିଷ୍ଠ ପୋଲିସ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଥିଲେ। ଏହା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ଉପରେ ଆଲୋଚନା କରିଥିଲେ।
    ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଖୁରାନିଆ ହରିୟାଣା ରାଜ୍ୟର ମୂଳବାସିନ୍ଦା। ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, ଗଞ୍ଜାମ, ମୟୂରଭଞ୍ଜ, ରାଉରକେଲାର ଆରକ୍ଷୀ ଅଧୀକ୍ଷକ ଭାବେ କାର୍ଯ୍ୟ କରିଛନ୍ତି। ପରେ ସେ ଡିଆଇଜି ଭାବେ ଦକ୍ଷିଣାଞ୍ଚଳ ରେଞ୍ଜ (ବ୍ରହ୍ମପୁର)ରେ କାର୍ଯ୍ୟ କରିଛନ୍ତି। ସେ କଟକ-ଭୁବନେଶ୍ବର କମିଶନରେଟର ଅତିରିକ୍ତ ପୋଲିସ କମିଶନର ଓ ପୋଲିସ କମିଶନର ଏବଂ ଡିଆଇଜି ଭାବେ ଉତ୍ତରାଞ୍ଚଳ (ସମ୍ବଲପୁର)ରେ କାର୍ଯ୍ୟ କରିଛନ୍ତି। ସେହିପରି ଆଇଜିପି (ଉତ୍ତରାଞ୍ଚଳ, ସମ୍ବଲପୁର), ଆଇଜିପି (ଏସ୍‌ଏପି), ଆଇଜିପି (ଅପରେଶନ), ବିପିଏସ୍‌ପିଏରେ ଆଇଜିପି (ଟ୍ରେନିଂ), ଆଇଜିପି (କ୍ରାଇମବ୍ରାଞ୍ଚ), ଆଇଜିପି (ଭିଜିଲାନ୍ସ) ଭାବେ କାର୍ଯ୍ୟ କରିଥିଲେ। ଏହାପରେ ସେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଭିଜିଲାନ୍ସ), କଟକ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ପ୍ରୋଭିଜନିଂ) ଭାବେ ସଫଳତାର ସହ କାର୍ଯ୍ୟ କରିଛନ୍ତି। ପରେ ସେ କେନ୍ଦ୍ରକୁ ଡେପୁଟେଶନରେ ଯାଇ ବିଏସ୍‌ଏଫ୍‌ର ବିଭିନ୍ନ ଉଚ୍ଚ ପଦବୀରେ ଅବସ୍ଥାପିତ ହୋଇଛନ୍ତି। ସେ ୨୦୨୩ ଜୁନ୍‌ରେ ଆରକ୍ଷୀ ମହାନିର୍ଦ୍ଦେଶକ ପଦବୀକୁ ପଦୋନ୍ନତି ପାଇ ନୂଆଦିଲ୍ଲୀସ୍ଥିତ ବିଏସ୍‌ଫ ମୁଖ୍ୟାଳୟଠାରେ ସ୍ବତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.6 ° C
    24.6 °
    24.6 °
    72 %
    1kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ