Wednesday, March 11, 2026
22.1 C
Odisha

    କାଲିଠାରୁ ସଂସଦର ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ସରକାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କାଲିଠାରୁ ସଂସଦର ବଜେଟ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ସରକାର । ଅଧିବେଶନ ସୁରୁଖୁରୁରେ ଚଳାଇବାକୁ ସମସ୍ତ ରାଜନୈତିକ ଦଳଙ୍କ ସହଯୋଗ ଲୋଡ଼ିବେ ସରକାର ।

    ଅଧିବେଶନର ଏଜେଣ୍ଡା ସଂପର୍କରେ ମଧ୍ୟ ଆଲୋଚନା ହେବ । ବଜେଟ୍ ଅଧିବେଶନ କାଲିଠାରୁ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୧୩ରେ ସରିବ । ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରେ ଆରମ୍ଭ ହେବ ।

    ଏଥର କ୍ରମାଗତ ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କାଲି ଉଭୟ ରାଜ୍ୟସଭା ଓ ଲୋକସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.1 ° C
    22.1 °
    22.1 °
    47 %
    1.3kmh
    0 %
    Wed
    37 °
    Thu
    37 °
    Fri
    39 °
    Sat
    40 °
    Sun
    38 °

    ସମ୍ବନ୍ଧିତ