Tuesday, July 14, 2026
29 C
Odisha

    କାଲି ଦାନା ବାନ୍ଧିବ ଲଘୁଚାପ, ୧୭ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କାଲି ଲଘୁଚାପ । ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତରବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ପଶ୍ଚିମ ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ୧୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଭୀଷଣ ବର୍ଷା ପାଇଁ ୩ ଜିଲ୍ଲା ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୦ ଜିଲ୍ଲାକୁ ଦିଆଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଆସନ୍ତାକାଲି ଭୀଷଣ ବର୍ଷା ପାଇଁ ଜଗତସିଂହପୁର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ପବନ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ ୧୮ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29 ° C
    29 °
    29 °
    72 %
    1.4kmh
    100 %
    Tue
    28 °
    Wed
    31 °
    Thu
    31 °
    Fri
    24 °
    Sat
    23 °

    ସମ୍ବନ୍ଧିତ