Thursday, May 21, 2026
35 C
Odisha

    କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

    ଆଗକୁ ପଢନ୍ତୁ

    କେନ୍ଦୁଝର : କାଳବୈଶାଖୀ ନେଲା ୩ ଜୀବନ । କେନ୍ଦୁଝର ଟାଉନ ଥାନା ନରଣପୁର ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ । ପ୍ରବଳ ଝଡ଼ପବନରେ ଭାଙ୍ଗିଲା ଟେଣ୍ଟ, ଚାପି ହୋଇ ୩ ମୃତ । ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ସୂଚନା । ଆଜି ଅପରାହ୍ଣ ସମୟରେ ହଠାତ୍‌ ପ୍ରବଳ ଘୁର୍ଣ୍ଣିଝଡ଼, ପବନ ଏବଂ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଥିବା ଜଣାଯାଇଛି । ବିଭିନ୍ନ ଅଞ୍ଚଳରେ ଗଛ ଭାଙ୍ଗି ପଡ଼ିବା ସହ ବ୍ୟାପକ କ୍ଷୟକ୍ଷତି ଘଟିଛି ।

    କେନ୍ଦୁଝର ଟାଉନ ଥାନା ଅଧୀନ ନରଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି । କୌଣସି ଭୋଜି ପାଇଁ ପ୍ରସ୍ତୁତ ହୋଇଥିବା ଟେଣ୍ଟ ପ୍ରବଳ ପବନରେ ଭୁଶୁଡ଼ି ପଡ଼ିଥିଲା । ଏଥିରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

    ଖବର ଲେଖାଯିବା ପର୍ଯ୍ୟନ୍ତ ମୃତାହତଙ୍କ ପରିଚୟ ମିଳିପାରି ନାହିଁ । ଏହି ଅଘଟଣ ପରେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଜିଲ୍ଲାର ଅନେକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଥିବା ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    35 ° C
    35 °
    35 °
    24 %
    2.8kmh
    6 %
    Thu
    33 °
    Fri
    45 °
    Sat
    45 °
    Sun
    45 °
    Mon
    46 °

    ସମ୍ବନ୍ଧିତ