Wednesday, October 7, 2026
23.2 C
Odisha

    କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡିକ ମଧ୍ୟରୁ କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିପାରେ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

    ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୩୬ ଡିଗ୍ରୀକୁ ହ୍ରାସ ପାଇଛି। ପଶ୍ଚିମ, ଦକ୍ଷିଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନ ତାପମାତ୍ରା ବଢ଼ୁଥିବା ବେଳେ କାଳବୈଶାଖୀ ପ୍ରଭାବରେ ସର୍ବାଧିକ ତାପମାତ୍ରା କମିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ