Sunday, March 29, 2026
31.5 C
Odisha

    କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ

    ଆଗକୁ ପଢନ୍ତୁ

    କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା । ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ବିଭିନ୍ନ ଅଞ୍ଚଳରେ ପବନ ସାଙ୍ଗକୁ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। କିଛି ଦିନର ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ରାଜଧାନୀବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

    ସେହିପରି, ଆଜି ରାଜଧାନୀ ଭୁବନେଶ୍ବର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଭୁବନେଶ୍ବରରେ ଆଜି ଅପରାହ୍ନ ସାଢ଼େ ୨ଟାର ତାପାମାତ୍ରା ୪୩.୨ ଡିଗ୍ରି ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁସାରେ ଭୁବନେଶ୍ୱର ବ୍ୟତୀତ ରାଜ୍ୟର ଅନ୍ୟ ସହରରେ ମଧ୍ୟ ଆଜି ପ୍ରବଳ ଖରା ‌ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.5 ° C
    31.5 °
    31.5 °
    19 %
    1.7kmh
    0 %
    Sun
    34 °
    Mon
    40 °
    Tue
    38 °
    Wed
    39 °
    Thu
    41 °

    ସମ୍ବନ୍ଧିତ