Wednesday, April 8, 2026
24.2 C
Odisha

    କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ସଂଲଗ୍ନ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହୋଇଛି । ଗତକାଲି କିଛି କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ଝଟକା ପବନ ବି ଅନୁଭୂତ ହୋଇଥିଲା । ଗୋଟିଏ ବି ଦୁଇଟି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇଛି । ଟୁଇନ ସିଟିରେ ପ୍ରବଳ ବର୍ଷା ଯୋଗୁଁ ଦିନରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି ।

    ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଜିଲ୍ଲାରେ ପଶ୍ଚିମା ଝଡ଼ ପ୍ରଭାବ ଜାରି ରହିବ । ଆଜି ବି ଝଡ଼ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ସମୟରେ ପାଗରେ ପରିବର୍ତ୍ତନ ଆସିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ଉଚ୍ଚରେ ଉତ୍ତର ଉପକୂଳ ଓଡ଼ିଶା ସଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଲଘୁଚାପ ଦୁର୍ବଳ ହେବା ଫଳରେ ରାଜ୍ୟରେ ପାଗ ଶୁଖିଲା ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ