Monday, April 6, 2026
28.1 C
Odisha

    କିଚକେଶ୍ବରୀ ମନ୍ଦିର ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଖିଚିଂ ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନସ୍ଥଳ ଖିଚିଂ ଓ ପ୍ରସିଦ୍ଧ ଦେବୀପୀଠ କିଚକେଶ୍ବରୀ ମନ୍ଦିରର ବିକାଶ ତଥା ଉନ୍ନତିକରଣ ପାଇଁ ୫୦ କୋଟିର ଅର୍ଥରାଶି ଘୋଷଣା କରିଛନ୍ତି। ଏହି ଘୋଷଣା ସହ ପାଞ୍ଚପୀଢ଼ ଉପଖଣ୍ଡ ପାଇଁ ପ୍ରାୟ ୬୫ କୋଟି ଟଙ୍କାର ୫୩ଟି ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ସାଂସ୍କୃତିକ ମହୋତ୍ସବରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ମଧ୍ୟରେ ମହିଳା ସଶକ୍ତୀକରଣ, ଜଳସେଚନ, ଶିକ୍ଷା, ସ୍ୱାସ୍ଥ୍ୟ, ପର୍ଯ୍ୟଟନ ଓ ସଂସ୍କୃତି କ୍ଷେତ୍ର ଇତ୍ୟାଦି ରହିଛି। ଆଗାମୀ ଦିନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ ହେଲେ ସମଗ୍ର ପାଞ୍ଚପୀଢ଼ ଅଞ୍ଚଳର ବିକାଶ ଘଟିବ। କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଖିଚିଂ ମନ୍ଦିର ସ୍ଥାନିତ ହୋଇଛି। ଯେଉଁଥିରେ ବିଶେଷ ସୁବିଧାଙ୍କ ମଧ୍ୟରେ ପାର୍କିଂ, ରାସ୍ତା, ଶୌଚାଳୟ, ଆଲୋକୀକରଣ, ପର୍ଯ୍ୟଟନ ସୂଚନା କେନ୍ଦ୍ର ଅନ୍ତର୍ଭୁକ୍ତ ହେବ। ଏହା ମଧ୍ୟ ଆତିଥ୍ୟ, ଟୁର୍ ଗାଇଡ୍ ଏବଂ ପରିବହନ ପରି କ୍ଷେତ୍ରଗୁଡିକରେ ସ୍ଥାନୀୟ ବାସିନ୍ଦାଙ୍କୁ ନିଯୁକ୍ତି ଯୋଗାଇବ ରାଷ୍ଟ୍ରପତି ପୂର୍ବରୁ ମନ୍ଦିରର ଉନ୍ନତିକରଣ ପାଇଁ ୫୨ କୋଟି ମଞ୍ଜୁର କରିବାକୁ ନିର୍ଦେଶ ଦେଇଥିବାବେଳେ ଆହୁରି ୫୦ କୋଟି ଟଙ୍କା ମିଶାଇ ସମୁଦାୟ ୧୦୨ କୋଟି ଟଙ୍କା ମଞ୍ଜୁର କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ପର୍ଯ୍ୟଟନ, ଓଡ଼ିଶାର ଅର୍ଥନୈତିକ ବିକାଶ ଓ ନିଯୁକ୍ତି ସୃଷ୍ଟିର ଏକ ପ୍ରମୁଖ ଚାଳକ। ଏଣୁ ଏକ ସନ୍ତୁଳିତ ଏବଂ ସମାବେଶୀ ଦୃଷ୍ଟିଭଙ୍ଗୀରେ ପର୍ଯ୍ୟଟନ ଭିତ୍ତିଭୂମିର ସମନ୍ୱିତ ବିକାଶ ଓ ପରିଚାଳନା ପାଇଁ ୩୫୫ କୋଟି ଟଙ୍କା ବ୍ୟୟ କରିବାକୁ ପ୍ରସ୍ତାବ ଦିଆଯାଇଛି। ଏଥିରେ ଖିଚିଂ ମନ୍ଦିର ଏବଂ ଏହି ଅଞ୍ଚଳର ବିକାଶ ସମେତ ଶିମିଳିପାଳର ସମନ୍ୱିତ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ପର୍ଯ୍ୟାୟକ୍ରମରେ କାର୍ଯ୍ୟକାରୀ କରାଯିବ।୧୦ଟି ଜିଲ୍ଲାରେ ଜିଲ୍ଲା ଐତିହ୍ୟ ଓ ପର୍ଯ୍ୟଟନ କମ୍ପ୍ଲେକ୍ସ ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ରାଜ୍ୟସଭା ସାଂସଦ ମମତା ମହାନ୍ତ, ଲୋକସଭା ସାଂସଦ ନବଚରଣ ମାଝୀ, ବିଧାୟକ ଜଲେନ ନାଏକ, ପଦ୍ମଚରଣ ହାଇବୁରୁ, ଅଖିଳ ଚନ୍ଦ୍ର ନାୟକ, ଏବଂ ଡ. ଫକିର ମୋହନ ନାଏକ ଉଦବୋଧନ ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    55 %
    4kmh
    100 %
    Mon
    28 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ