Thursday, January 8, 2026
18.9 C
Odisha

    କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

    ଆଗକୁ ପଢନ୍ତୁ

    ପଟ୍ଟାମୁଣ୍ଡାଇ : ଆସନ୍ତାକାଲିଠୁ ପର୍ଯ୍ୟଟକ ମାନଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତର କନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ଗଣନା ହେବା ନେଇ ସୂଚନା ଦେଇଛନ୍ତି ରାଜନଗର ଡିଏଫ୍ଓ । କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକ ମାନଙ୍କୁ ଭିତରକନିକା ବୁଲି ନଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

    ସେପଟେ ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି । ମହାନଦୀ ସାତକୋଶିଆ ଗଣ୍ଡରେ କେତେ ଅଛନ୍ତି କୁମ୍ଭୀର, ଚାଲିଛି ଗଣନା । ୩ ଦିନ ଧରି ଏହି ଗଣନା କାର୍ଯ୍ୟ ଚାଲିବ । ଏଥିପାଇଁ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ, ମହାନଦୀ ଓ ଆଠମଲ୍ଲିର ବନଖଣ୍ଡରେ ମୋଟ ୧୪ଟି ଟିମ୍ ଗଠନ କରାଯାଇଛି । ପ୍ରତି ଟିମରେ ୪ରୁ ୫ଜଣ ଲେଖାଏଁ ମୋଟ ୭୦ ବନ କର୍ମଚାରୀ ଓ ଗବେଷଣା କରୁଥିବା ବ୍ୟକ୍ତି ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି । ୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍, ଶକ୍ତିଶାଳୀ କ୍ୟାମେରା , ବାଇନାକୁଲର ସାହାଯ୍ୟରେ ଚାଲିଛି ଗଣନା । ଗତବର୍ଷ ମହାନଦୀ ଗଣ୍ଡରେ ମୋଟ ୧୧୫ଟି କୁମ୍ଭୀର ରହିଥିଲେ । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ବନ ବିଭାଗ ପକ୍ଷରୁ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁପଥର ଡ୍ୟାମରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.9 ° C
    18.9 °
    18.9 °
    25 %
    0.2kmh
    2 %
    Thu
    26 °
    Fri
    26 °
    Sat
    26 °
    Sun
    27 °
    Mon
    28 °

    ସମ୍ବନ୍ଧିତ