Monday, May 5, 2025
30.3 C
Odisha

କୁହୁଡ଼ି ପାଇଁ ୩ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

ଆଗକୁ ପଢନ୍ତୁ

ରାଜ୍ୟର ୩ ଜିଲ୍ଲା ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆଇଏମ୍‌ଡିଠାରୁ ଏହି ସୂଚନା ପାଇବା ପରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏହି ତିନି ଜିଲ୍ଲାର ପୁଲିସ୍ ଓ ପରିବହନ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। କୁହୁଡ଼ି ସମୟରେ ରାଜପଥଗୁଡ଼ିକରେ ଯେମିତି କୌଣସି ଗାଡ଼ି ଦୁର୍ଘଟଣାଗ୍ରସ୍ତ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ସେମାନଙ୍କୁ କହିଛନ୍ତି। ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳ ଓ ରାତିରେ ଏବଂ ରବିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ ଓ କଳାହଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
clear sky
30.3 ° C
30.3 °
30.3 °
41 %
1.7kmh
0 %
Mon
38 °
Tue
40 °
Wed
40 °
Thu
40 °
Fri
44 °

ସମ୍ବନ୍ଧିତ