Monday, April 27, 2026
42 C
Odisha

    କୁହୁଡ଼ି ପାଇଁ ୩ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ

    ଆଗକୁ ପଢନ୍ତୁ

    ରାଜ୍ୟର ୩ ଜିଲ୍ଲା ସୁନ୍ଦରଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ହାଲୁକାର ମଧ୍ୟମ ଧରଣର କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଆଇଏମ୍‌ଡିଠାରୁ ଏହି ସୂଚନା ପାଇବା ପରେ ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏହି ତିନି ଜିଲ୍ଲାର ପୁଲିସ୍ ଓ ପରିବହନ ଅଧିକାରୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି। କୁହୁଡ଼ି ସମୟରେ ରାଜପଥଗୁଡ଼ିକରେ ଯେମିତି କୌଣସି ଗାଡ଼ି ଦୁର୍ଘଟଣାଗ୍ରସ୍ତ ନହୁଅନ୍ତି, ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଏସ୍‌ଆରସି ସେମାନଙ୍କୁ କହିଛନ୍ତି। ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳ ଓ ରାତିରେ ଏବଂ ରବିବାର ସକାଳେ ସୁନ୍ଦରଗଡ଼, କନ୍ଧମାଳ ଓ କଳାହଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    42 ° C
    42 °
    42 °
    13 %
    3.6kmh
    77 %
    Mon
    42 °
    Tue
    42 °
    Wed
    44 °
    Thu
    43 °
    Fri
    39 °

    ସମ୍ବନ୍ଧିତ