Friday, April 3, 2026
39.1 C
Odisha

    କୃଷି ପାଇଁ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ପୁରସ୍କାର, ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : କୃଷି ପାଇଁ ଶ୍ରେଷ୍ଠ ରାଜ୍ୟ ପୁରସ୍କାରରେ ସମ୍ମାନିତ ହୋଇଥିଲା ଓଡ଼ିଶା । କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ ପୁରସ୍କାର । ଆଜି ପୁରସ୍କାରକୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖାଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଲୋକସେବା ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କୃଷି ପାଇଁ ଓଡ଼ିଶାକୁ ମିଳିଥିବା ଶ୍ରେଷ୍ଠ ରାଜ୍ୟ ପୁରସ୍କାରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଦର୍ଶନ କରିଛନ୍ତି । ଓଡ଼ିଶା ପାଇଁ ଗର୍ବର ପୁରସ୍କାରକୁ ଦେଖି ଖୁସି ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    ପ୍ରକାଶଥାଉକି, ଏଗ୍ରିକଲଚର ଟୁଡେ ଗ୍ରୁପ ଦ୍ବାରା ପ୍ରତିଷ୍ଠିତ 16ତମ ଏଗ୍ରିକଲଚର ଲିଡରସିପ୍ ସମ୍ମିଳନୀରେ ଏଗ୍ରିକଲଚର ଲିଡରସିପ ଆୱାର୍ଡରେ ସମ୍ମାନିତ କରାଯାଇଥିଲା । କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି ପୁରସ୍କାର ଗ୍ରହଣ କରିଥିଲେ ।କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ, ଭାରତର ପୂର୍ବତନ ମୁଖ୍ୟ ବିଚାରପତି ଏବଂ ପୁରସ୍କାର କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ପି. ସଥାଶିବମ୍ ଏବଂ ଅନ୍ୟାନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ