Friday, April 3, 2026
39.1 C
Odisha

    କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ସାର ଯୋଗାଣରେ ଅବ୍ୟବସ୍ଥା ଉଲ୍ଲେଖ କଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି । ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଚାଷୀକୂଳର ସମସ୍ୟାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ନବୀନ । ସାର ଅଭାବ ଯୋଗୁଁ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ସଂକଟରେ ଚାଷୀ ଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ଚାଷୀକୂଳର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଓଡ଼ିଶାକୁ ଆବଶ୍ୟକ ସାର ଯୋଗାଣ ସୁନିଶ୍ଚିତ କରିବାକୁ କେନ୍ଦ୍ର ନିକଟରେ ନବୀନ ପଟନାୟକଙ୍କ ଦାବି କରିଛନ୍ତି । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ଚିଠି ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବାସହ ଓଡ଼ିଶା ଚାଷୀକୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ କହିଛନ୍ତି ନବୀନ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ