Tuesday, November 4, 2025
19.5 C
Odisha

    କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି, ସାର ଯୋଗାଣରେ ଅବ୍ୟବସ୍ଥା ଉଲ୍ଲେଖ କଲେ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି । ରାଜ୍ୟରେ ସାର ଯୋଗାଣରେ ଅବ୍ୟବସ୍ଥାକୁ ନେଇ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଚାଷୀକୂଳର ସମସ୍ୟାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ନବୀନ । ସାର ଅଭାବ ଯୋଗୁଁ କୃଷିକାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ସଂକଟରେ ଚାଷୀ ଥିବା ଚିଠିରେ ଉଲ୍ଲେଖ କରିଛନ୍ତି । ଚାଷୀକୂଳର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ତୁରନ୍ତ ଓଡ଼ିଶାକୁ ଆବଶ୍ୟକ ସାର ଯୋଗାଣ ସୁନିଶ୍ଚିତ କରିବାକୁ କେନ୍ଦ୍ର ନିକଟରେ ନବୀନ ପଟନାୟକଙ୍କ ଦାବି କରିଛନ୍ତି । କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଜେ.ପି ନଡ୍ଡାଙ୍କୁ ଚିଠି ଲେଖି ସାର ଯୋଗାଣରେ ଅବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବାସହ ଓଡ଼ିଶା ଚାଷୀକୂଳର ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ତୁରନ୍ତ ଆବଶ୍ୟକ ୟୁରିଆ ଯୋଗାଣ ସୁନିଶ୍ଚିତ କରିବାକୁ କହିଛନ୍ତି ନବୀନ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.5 ° C
    19.5 °
    19.5 °
    74 %
    1.7kmh
    94 %
    Tue
    19 °
    Wed
    27 °
    Thu
    28 °
    Fri
    28 °
    Sat
    27 °

    ସମ୍ବନ୍ଧିତ