Sunday, October 4, 2026
28.6 C
Odisha

    କେମିତି ପୂରଣ କରିବେ ‘ସୁଭଦ୍ରା’ ଫର୍ମ?

    ଆଗକୁ ପଢନ୍ତୁ

    ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ।
    ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିବେ
    ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ଜନ୍ମ ତାରିଖ ଲେଖିବେ
    ପରେ ଜାତି ସଂପର୍କରେ ଥିବା ବକ୍ସରେ ଟିକ୍‌ ମାରିବାକୁ ହେବ
    ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ ହୋଇଥିବା ନମ୍ବର ଦେବାକୁ ହେବ
    ବିକଳ୍ପ ଭାବେ ଆପଣ ଅନ୍ୟ ନମ୍ବର ମଧ୍ୟ ଦେଇପାରିବେ
    ତା’ପରେ ଠିକଣା ଲେଖି, ଆଧାର ଲିଙ୍କ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ହେବ
    ପର ପୃଷ୍ଠାରେ ଥବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ
    ଫର୍ମ ଫିଲଅପ୍ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସବୁକ୍‌ ଓ ରାସନ କାର୍ଡର ଫଟୋକପି ଦେଇ ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ
    ଆବେଦନ କରିବା ପରେ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ
    ସୋମବାର ଉନ୍ମୋଚିତ ହୋଇଥିବା ୱେବ୍‌ ପୋର୍ଟଲ www.subhadra.odisha.gov.in ରେ ସମସ୍ତ ତଥ୍ୟ ଉପଲବ୍ଧ ରହିବ। ସୁଭଦ୍ରା ଯୋଜନା ସମ୍ୱନ୍ଧରେ ଜାଣିବା ପାଇଁ ଏହି ୱେବ ପୋର୍ଟାଲରେ ସମସ୍ତ ପ୍ରକାର ସୂଚନା ପ୍ରଦାନ କରାଯାଇଛି। ହିତାଧିକାରୀଙ୍କ ଯୋଗ୍ୟତା, ସେମାନଙ୍କ ଅଧିକାର, ଦାୟିତ୍ୱ ସହ ବାରମ୍ୱାର ପଚରାଯାଉଥିବା ପ୍ରଶ୍ନ ଓ ଏହାର ଉତ୍ତର ଏହି ୱେବ ପୋର୍ଟାଲରେ ଉପଲବ୍ଧ ଅଛି । ସୁଭଦ୍ରା ଯୋଜନା ସମ୍ୱନ୍ଧୀୟ କୌଣସି ନୂଆ ଘୋଷଣା ମଧ୍ୟ ମହିଳାମାନେ ଏହି ୱେବ ପୋର୍ଟାଲରେ ପାଇପାରିବେ ଅନ୍ୟ କିଛି ଜାଣିବାକୁ ହେଲେ ମହିଳମାନେ ଟୋଲ ଫ୍ରୀ ନମ୍ୱର -୧୪୬୭୮ ରେ କଲ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ