Tuesday, March 24, 2026
35.6 C
Odisha

    କୋଣାର୍କରେ ଆରମ୍ଭ ହେଲା ଦୁଇଦିନିଆ ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    ଆଗକୁ ପଢନ୍ତୁ

    କୋଣାର୍କ: କୋଣାର୍କରେ ଆଜି ଠାରୁ ଆରମ୍ଭ ହୋଇଛି ଦୁଇଦିନିଆ  ଜାତୀୟ ଖଣି ମନ୍ତ୍ରୀ ସମ୍ମିଳନୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି। କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଷନ ରେଡ୍ଡୀ ଓ ରାଜ୍ୟ ଖଣି ମନ୍ତ୍ରୀ ବିଭୁତିଭୂଷଣ ଜେନା ବି ଏଥିରେ ଯୋଗ ଦେଇଛନ୍ତି। ଏହାଛଡ଼ା ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ ବି ସେହି ସମ୍ମିଳନୀରେ ଉପସ୍ଥିତ ଅଛନ୍ତି। ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ସମ୍ମିଳନୀର ଏହି ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। ବିକଶିତ ଭାରତ ୨୦୪୭ ଭିଜନ ସମନ୍ୱିତ ଦୁଇଦିନିଆ ଏହି ସମ୍ମିଳନୀରେ ୧୬ଟି ରାଜ୍ୟର ଖଣିମନ୍ତ୍ରୀ ସାମିଲ ହୋଇଛନ୍ତି। ଏଥିସହିତ ଜାମୁ କାଶ୍ମୀରର ଉପ ମୁଖ୍ୟମନ୍ତ୍ରୀ ଏବଂ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀମାନେ ରହିଛନ୍ତି। ଦେଶବ୍ୟାପୀ ଦକ୍ଷ, ନିରାପଦ ଏବଂ ପରିବେଶ ଅନୁକୂଳ ଖଣି କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ସହଯୋଗକୁ ପ୍ରୋତ୍ସାହିତ କରିବା ଉପରେ ରହିବ ଫୋକସ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    19 %
    1.9kmh
    0 %
    Tue
    36 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ