Thursday, October 15, 2026
23.8 C
Odisha

    କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ: ‘ଦାନା’ ପ୍ରଭାବରେ ମୋଟ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି

    ଆଗକୁ ପଢନ୍ତୁ

    ବାତ୍ୟା ‘ଦାନା’ର କ୍ଷୟକ୍ଷତିର ଚୂଡ଼ାନ୍ତ ରିପୋର୍ଟ ଦେଲେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବାତ୍ୟା ପ୍ରଭାବରେ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ୧୪ ଜିଲ୍ଲାର ୧୬୬ ବ୍ଲକ ଭିତରୁ ୧୩୧ ପ୍ରଭାବିତ ହୋଇଥିଲା । ୧୧୬୩୭ ଗାଁ ପ୍ରଭାବିତ ହୋଇଥିଲେ। ୪୧ ଲକ୍ଷ ୪ ହାଜର ଲୋକ ପ୍ରଭାବିତ ହୋଇଥିଲେ । ୩,୬୨,୯୩୫.୩୭ ହେକ୍ଟର ଜମି ପ୍ରଭାବିତ ହୋଇଥିଲା। ଫସଲ ପ୍ରଭାବିତ ଅଞ୍ଚଳ ୧,୭୨,୩୫୬.୮୧ ହେକ୍ଟର ଜମି । ୮,୨୯୨.୮୨ ଲକ୍ଷ ଫସଲ ହେକ୍ଟର ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି । ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ କ୍ଷତି ପୂରଣ ଇନପୁଟ ସବସିଡି ଭିତରକୁ ଆସିବ । ୮୭୮୫୫.୪୭ ହେକ୍ଟର ଜମିରେ ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଛି । ୮୨ କୋଟି ୯୨ ଲକ୍ଷ ୮୨ ହାଜର ଟଙ୍କାର ଫସଲ ନଷ୍ଟ। ୧୬୪୧୭ ଘର ଆଂଶିକ ବା ସଂପୂର୍ଣ୍ଣ ପ୍ରଭାବିତ ହୋଇଥିଲା। ୨୧ କୋଟି ୩୨ ଲକ୍ଷ ଟଙ୍କାର ଘର କ୍ଷତି ହୋଇଛି । କୃଷି, ଶକ୍ତି, ପଞ୍ଚାୟତିରାଜ, ସ୍କୁଲ ଏବଂ ଗଣ ଶିକ୍ଷା ବିଭାଗ , ଗ୍ରାମ୍ୟ ଉନ୍ନୟନ ବିଭାଗ, ପାନୀୟ ଜଳ ବିଭାଗର କ୍ଷତି ହୋଇଛି। ଏହି ସବୁ ବିଭାଗରେ ୫୧୨ କୋଟି ୨୬ ଲକ୍ଷ ୧୬ ହାଜର ଟଙ୍କା କ୍ଷତି ହୋଇଛି । ବାତ୍ୟା ସମୟରେ ରିଲିଫ, ଖାଇବା, ମେଡିକାଲ ସେବା ଓ ଅନ୍ୟ ଆନୁଷଙ୍ଗିକ କାର୍ଯ୍ୟ ପାଇଁ ୨୩ କୋଟି ୭୩ ଲକ୍ଷ ୭୬ ହାଜର ଟଙ୍କା ଖର୍ଚ୍ଚ ହୋଇଛି। ମୋଟ ୬୧୬ କୋଟି ୧୯ ଲକ୍ଷ ୩୦ ହାଜର ଟଙ୍କା କ୍ଷତି ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଦିନେ ଦୁଇ ଦିନ ଭିତରେ ଜିଲ୍ଲା ଗୁଡ଼ିକୁ ଯିବ କ୍ଷତି ପୂରଣ ରାଶି। ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ରାଶି ତୁରନ୍ତ ଦେବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଭାଗ ମାନଙ୍କୁ ମଧ୍ୟ କ୍ଷତି ପୂରଣ ରାଶି ଦିଆଯିବ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    90 %
    1kmh
    99 %
    Thu
    29 °
    Fri
    29 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ