Tuesday, September 17, 2024
24.1 C
Odisha

    କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ସରେ ପୁଣି ଥରେ ସୋଆ ସ୍ଥାନିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର , ୮/୦୬: ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ର‌୍ୟାଙ୍କିଙ୍ଗ୍‌ରେ ଓଡ଼ିଶାର ଏକ ମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ର‌୍ୟାଙ୍କିଙ୍ଗ୍‌ରେ ସ୍ଥାନ ପାଇଛି ସୋଆ । ଏହି ର‌୍ୟାଙ୍କିଙ୍ଗ୍‌ରେ ୧୨୦୧ ରୁ ୧୪୦୦ ବ୍ରାକେଟରେ ସୋଆ ରହିଥିବା ବେଳେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର ଓଡ଼ିଶାର ଅନ୍ୟତମ ଶିକ୍ଷାନୁଷ୍ଠାନ ଭାବେ ଏହି ର‌୍ୟାଙ୍କିଙ୍ଗରେ ସ୍ଥାନ ପାଇଛି । ଓଡ଼ିଶାର କେବଳ ଦୁଇଟି ଶିକ୍ଷାନୁଷ୍ଠାନ ଏଥିରେ ସ୍ଥାନ ପାଇଛନ୍ତି ।
    ଶୈକ୍ଷିକ ଖ୍ୟାତି, ନିଯୁକ୍ତିଦାତାଙ୍କ ଖ୍ୟାତି, ଫ୍ୟାକଲ୍ଟିଙ୍କର ସନ୍ଦର୍ଭ, ଫ୍ୟାକଲ୍ଟି ଛାତ୍ର ଅନୁପାତ, ଆନ୍ତର୍ଜାତିକ ଫ୍ୟାକଲ୍ଟି ଏବଂ ଆନ୍ତର୍ଜାତିକ ଛାତ୍ରଛାତ୍ରୀ ସଂଖ୍ୟା ଇତ୍ୟାଦି ବିଭିନ୍ନ ମାପଦଣ୍ଡକୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ଏହି ର‌୍ୟାଙ୍କିଙ୍ଗ ପ୍ରଦାନ କରାଯାଇଛି ।
    ଓଡ଼ିଶାରେ ବୃତିଗତ ଶିକ୍ଷା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହିଥିବା ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୩ ରେ ଦେଶରେ ୧୫ ତମ ସ୍ଥାନ ହାସଲ କରିଛି । ୨୦୧୬ ଠାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍ ଆରମ୍ଭ ହେବା ପରଠାରୁ କ୍ରମାଗତ ଭାବେ ସୋଆ ଦେଶର ଶ୍ରେଷ୍ଠ ୨୫ ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପ୍ଧବ ଆସିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    24.1 ° C
    24.1 °
    24.1 °
    86 %
    2.4kmh
    100 %
    Mon
    24 °
    Tue
    29 °
    Wed
    29 °
    Thu
    30 °
    Fri
    28 °

    ସମ୍ବନ୍ଧିତ