Tuesday, October 6, 2026
22.3 C
Odisha

    ଖରିଫ ଚାଷ ପାଇଁ ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ’ ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଚାଷୀଙ୍କୁ ମିଳିଲା କାଳିଆ ସହାୟତା ଅର୍ଥ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିଛନ୍ତି। ଖରିଫ ଚାଷ ପାଇଁ ଏହି କାଳିଆ ସହାୟତା ପ୍ରଦାନ କରାଯାଇଛି। ୪୬ ଲକ୍ଷରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନ କୃଷକ ପରିବାର ଉପକୃତ ହେବେ । ୯୩୩ କୋଟିରୁ ଅଧିକ ଟଙ୍କାର ସହାୟତା ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି। ଏହାଛଡା ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକ ପରିବାରଙ୍କୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ ସହ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ରର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ‘କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌‌ରେ ଏଥିପାଇଁ ସ୍ୱତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    79 %
    1kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ