Friday, October 2, 2026
22.9 C
Odisha

    ଖସୁଛି ପାରଦ, ବଢ଼ୁଛି ଶୀତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର   :   ରାଜ୍ୟରେ ଖସୁଛି ପାରଦ ଏବଂ ବଢ଼ୁଛି ଶୀତ ପ୍ରକୋପ। ଉତ୍ତରା ବାୟୁ ସହିତ ବାୟୁମଣ୍ଡଳରେ ଜଳୀୟ ବାଷ୍ପର ପରିମାଣ ହ୍ରାସ ଯୋଗୁଁ ଆସନ୍ତା ୯ତାରିଖ ବେଳକୁ ପାହାଡ଼ିଆ ଅଞ୍ଚଳର କିଛି ସ୍ଥାନରେ ୧୦ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ରାତି ତାପମାତ୍ରା। ଭୁବନେଶ୍ୱର ଓ କଟକ ସହରରେ ମଧ୍ୟ ଆଗାମୀ ୭୨ ଘଣ୍ଟାରେ ୧୬ଡିଗ୍ରୀକୁ ପାରଦ ଖସି ଆସିବାର ସମ୍ଭାବନା ରହିଛି। ଭୁବନେଶ୍ୱର ଏବଂ କଟକରେ ଗତ ୨୪ ଘଣ୍ଟାରେ ଯଥାକ୍ରମେ ୧.୫ ଓ ୧ ଡିଗ୍ରୀ ରାତି ତାପମାତ୍ରା ବୃଦ୍ଧି ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓ ପାହାଡ଼ିଆ ଅଞ୍ଚଳରେ ପାରଦ ତଳମୁହାଁ ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଚଳିତ ମାସ ୧୪ ତାରିଖରୁ ସାରା ରାଜ୍ୟ‌େ‌ର ଶୀତ ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି।

    ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। କିନ୍ତୁ ପରବର୍ତ୍ତୀ ୩ଦିନ ମଧ୍ୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ଫଳସ୍ବରୂପ ଆଗକୁ ଆହୁରି ଶୀତ ବଢ଼ିବାର ସମ୍ଭାବନା ରହିଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ