Saturday, February 21, 2026
19 C
Odisha

    ଖାଲରେ ଖସିପଡିଲା ଯାତ୍ରୀବାହୀ ବସ୍, ୧୩ ମୃତ

    ଆଗକୁ ପଢନ୍ତୁ

    ହିମାଚଳ ପ୍ରଦେଶ : ଖାଲରେ ଖସିପଡିଲା ଯାତ୍ରୀବାହୀ ବସ୍ । ହିମାଚଳ ପ୍ରଦେଶର ସିରମୌର ଜିଲ୍ଲାରେ ଏକ ଯାତ୍ରୀବାହୀ ବସ ନିୟନ୍ତ୍ରଣ ହରାଇ ଖାଲରେ ଖସି ପଡିବାରୁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ରହିଛି । କୁପଭିରୁ ସିମଲା ଯାଉଥିବା ଯାତ୍ରୀବାହୀ ବସ୍ ହରିପୁରଧର ଅଞ୍ଚଳରେ ଏକ ଖାଲରେ ଖସି ପଡିଥିଲା ।

    ଘାଟୀ ରାସ୍ତାରେ ଡ୍ରାଇଭର ବସ ଉପରୁ ନିୟନ୍ତ୍ରଣ ହରାଇବାକୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ବସରେ ପ୍ରାୟ ୩୦ରୁ ୩୫ ଜଣ ଯାତ୍ରୀ ଥିବା ଜଣାପଡିଛି । ଖାଲରେ ଖସି ପଡିବା ଯୋଗୁଁ ବସଟି ଭାଙ୍ଗିରୁଜି ଯାଇଥିଲା । ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଆହତମାନଙ୍କୁ ନିକଟବର୍ତ୍ତୀ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ଗୁରୁତର ଆହତଙ୍କ ଅଧିକ ଚିକିତ୍ସା ପାଇଁ ଅନ୍ୟ ଡାକ୍ତରଖାନାକୁ ପଠାଯାଇଛି । ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ଦୁର୍ଘଟଣା ମୃତକଙ୍କ ପାଇଁ ଦୁଃଖ ପ୍ରକାଶ କରିବା ସହ ଦୁର୍ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    34 %
    1.5kmh
    0 %
    Sat
    35 °
    Sun
    35 °
    Mon
    36 °
    Tue
    35 °
    Wed
    35 °

    ସମ୍ବନ୍ଧିତ