Thursday, October 8, 2026
23.5 C
Odisha

    ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ୨୩ ତାରିଖ ଯାଏଁ ସ୍କୁଲ ଛୁଟି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ସାରା ରାଜ୍ୟରେ ଅଗ୍ନିବର୍ଷୀ ତାତି ଅନୁଭୂତ ହେଉଛି। ପୂର୍ବାହ୍ଣ ୯ଟା ବାଜିଲେ ପଦାକୁ ବାହାରି ହେଉନି। ପ୍ରବଳ ଖରାରେ ତାତି ଉଠୁଛି ପଶ୍ଚିମାଞ୍ଚଳ। ମଝିରେ ମଝିରେ ମାରୁଛି ଝାଞ୍ଜିପବନ। ଯାହାକୁ ନେଇ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ଏହାରି ମଧ୍ୟରେ ପ୍ରବଳ ଖରାକୁ ଆଖି ଆଗରେ ରଖି ଖୋର୍ଦ୍ଧା ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    88 %
    1.6kmh
    4 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ