Monday, October 19, 2026
21.9 C
Odisha

    ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ହୀରାକୁଦର ୭ ଗେଟ୍ ଖୋଲା। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୫ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୭ ଫୁଟ ରହିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୭ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ। ଯେଉଁଥିରୁ ବାମପାର୍ଶ୍ୱର ୫ଟି ଓ ଡାହାଣପାର୍ଶ୍ୱର ୨ଟି ଗେଟ୍ ଦେଇ ପାଣି ନିଷ୍କାସନ କରାଯାଉଛି।

    ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ଲକ୍ଷ ୯ହଜାର ୧୬ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୬୬ ହଜାର କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି। ହୀରାକୁଦରୁ ଅଧିକ ପାଣି ନିଷ୍କାସନ ହେଉଥିବାରୁ ମହାନଦୀ ଅବବାହିକାରେ ମଧ୍ୟ ଏହାର ପ୍ରଭାବ ପଡ଼ିପାରେ। ତେଣୁ ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଗେଟ୍ ଖୋଲା ସ୍ଥିତି ଉପରେ ନିୟମିତ ନଜର ରଖାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ