Friday, February 7, 2025
30.5 C
Odisha

    ଗଣଶିକ୍ଷା ବିଭାଗରେ ୨୭୬୭ ଜଣଙ୍କୁ ଆଜି ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ନିଯୁକ୍ତିପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ୟୁନିଟ୍ -୩ କ୍ୟାପିଟାଲ ହାଇସ୍କୁଲଠାରେ ନିଯୁକ୍ତି ମେଳା ଅନୁଷ୍ଠିତ ହେବ ।
    ଗଣଶିକ୍ଷା ବିଭାଗ ଅଧିନରେ ୨୭୬୭ଜଣ ଅଧ୍ୟକ୍ଷ , ଶିକ୍ଷକ, କନିଷ୍ଠ ସହାୟକ ଓ ସମୀକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ଏ ନେଇ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଗତକାଲି ସୂଚନା ଦିଆଯାଇଥିଲା ।

    ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପାଇଁ ୮୯୪ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ । ପୂର୍ଣ୍ଣ ଅନୁଦାନ ପ୍ରାପ୍ତ ବେସରକାରୀ ହାଇସ୍କୁଲର ୧୭୯୮ ଜଣ ଶିକ୍ଷକ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ୨୮ କନିଷ୍ଠ ଶିକ୍ଷକ ସହାୟକ. ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟଅଧୀନରେ ୨ ଜଣ ସମୀକ୍ଷକଙ୍କୁ ନିଯୁକ୍ତି ମିଳିବ ।ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ରହିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    17 %
    2.8kmh
    3 %
    Fri
    32 °
    Sat
    32 °
    Sun
    33 °
    Mon
    35 °
    Tue
    36 °

    ସମ୍ବନ୍ଧିତ