Friday, October 2, 2026
25.2 C
Odisha

    ଗଭୀର ଘାଟିକୁ ଖସିଲା ବସ୍ , ୧୨ ମୃତ

    ଆଗକୁ ପଢନ୍ତୁ

    ଜମ୍ମୁ କାଶ୍ମୀର  : ଜମ୍ମୁ କାଶ୍ମୀରର ଉଧମପୁର ଜିଲ୍ଲାର ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଗଭୀର ଘାଟିକୁ ଖସିପଡିଛି। ଏଥିରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଅଧିକାରୀଙ୍କ କହିବାନୁଯାୟୀ ଦୁର୍ଘଟଣାଟି ସକାଳ ପ୍ରାୟ ୧୦ଟାରେ ଘଟିଥିଲା। ବସ୍ ଟି ଜମ୍ମୁରୁ ଶ୍ରୀନଗର ଅଭିମୁଖେ ଯାଉଥିଲା। ଉଧମପୁର ରାମବନ-ବାନିହାଲ ରାସ୍ତାରେ ଏହି ଅଘଟଣ ଘଟିଛି। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ