Saturday, March 21, 2026
32.6 C
Odisha

    ଗୁଗଲ ଉପରେ ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାର ଜୋରିମାନା, ବିଶ୍ୱ ଜିଡିପି ଠାରୁ ଅଧିକ

    ଆଗକୁ ପଢନ୍ତୁ

    ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜୋରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ରୁଷ ପକ୍ଷରୁ ଗୁଗଲ ଉପରେ ଏହି ଅଦ୍ଭୂତ ପୂର୍ବ ପରିମାଣର ଜୋରିମାନା ଲଗା ଯାଇଛି। ଜୋରିମାନା ରାଶି ୨ରେ ୩୪ଟି ଶୂନ ଡଲାରର ଅର୍ଥ ଏହାର ପରିମାଣ ବିଶ୍ୱର ମୋଟ ଜିଡିପି ଠାରୁ ୬୨୦ ଗୁଣ ଅଧିକ। ସରଳ ଭାଷାରେ କହିଲେ, ବିଶ୍ୱରେ ଯେତିକି ସମ୍ପତ୍ତି ନାହିଁ, ତା’ଠାରୁ ଅଧିକ ପରିମାଣର ଜୋରିମାନା ରୁଷର ଗୋଟିଏ କୋର୍ଟ ଗୁଗଲ ଉପରେ ଲାଗୁ କରିଛନ୍ତି। ଏହାକୁ ନେଇ ପୂରା ବିଶ୍ୱରେ ଚର୍ଚ୍ଚା ଆରମ୍ଭ ହୋଇଛି।

    ଗୁଗୁଲର ପ୍ୟାରେଣ୍ଟ୍ କମ୍ପାନୀ ଆଲଫାବେଟ୍ ମାଲିକାନାରେ ଥିବା ୟୁଟ୍ୟୁବ ଉପରେ ଏହି ଜୋରିମାନା ଲାଗୁ କରାଯାଇଛି। ୟୁକ୍ରେନ ଉପରେ ରୁଷ କରୁଥିବା ଆକ୍ରମଣ ସମ୍ପର୍କିତ ଖବରକୁ ନେଇ ଗୁଗୁଲ ଓ ମସ୍କୋ ମୁହାଁମୁହିଁ ହୋଇଥିଲେ। ଯୁଦ୍ଧ ସମ୍ପର୍କରେ ରୁଷ ସରକାରଙ୍କ ଦ୍ୱାରା ପରିଚାଳିତ ଟିଭି ଚ୍ୟାନେଲ ଯେଉଁ ଖବର ପ୍ରସାରଣ କରୁଥିଲା, ତା’କୁ ୟୁଟ୍ୟୁବ ସ୍ଥାନ ଦେଉ ନଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.6 ° C
    32.6 °
    32.6 °
    30 %
    0.6kmh
    7 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ