Friday, October 2, 2026
22.9 C
Odisha

    ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୮ତମ ଜୟନ୍ତୀ । ଏହି ଅସବରରେ ବିଧାନସଭର ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହ ଦେଓ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ, ସରକାରୀ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ତଥା ଲୋକସେବକ ମଣ୍ଡଳର ସର୍ବଭାରତୀୟ ସମ୍ପାଦକ ରାଜେନ୍ଦ୍ର କୁମାର ଜେନା ପ୍ରମୁଖ ଉପସ୍ଥିତ ରହି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

    ଓଡିଶାରେ ଜନ୍ମ ନେଇଥିବା ମହାପୁରୁଷଙ୍କ ମଧ୍ୟରୁ ପୂଣ୍ୟଶ୍ଲୋକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ସର୍ବାଗ୍ରେ ପୂଜିତ । ସେ ଥିଲେ ଏକାଧାରରେ ସମାଜସେବୀ, ସଂସ୍କାରକ, ବିଶିଷ୍ଟ ଶିକ୍ଷାବିତ୍‍, ଓକିଲ, ବ୍ୟବସ୍ଥାପକ ସଭ୍ୟ, କବି ତଥା ସାମ୍ବାଦିକତା ଜଗତର ମଉଡମଣି । ଯେତେ ଉପାଧି ଦେଲେ ମଧ୍ୟ ତାହା ତାଙ୍କ ପାଇଁ ଯଥେଷ୍ଟ ନୁହେଁ । ସେ କେବଳ ଉତ୍କଳର ମଣି ନଥିଲେ ବାସ୍ତବରେ ସେ ଥିଲେ ବିଶ୍ୱର ମଣି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ