Friday, April 3, 2026
39.1 C
Odisha

    ଘାଟି ତଳକୁ ଖସି ପଡିଲା ଜିପ, ୧୫ ଯାତ୍ରୀ ଗୁରୁତର

    ଆଗକୁ ପଢନ୍ତୁ

    ମାଲକାନଗିରି: ଘାଟି ତଳକୁ ଖସି ପଡିଲା ଜିପ । ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଅଳ୍ପେକେ ବର୍ତ୍ତିଲେ ୨୫ରୁ ଅଧିକ ଯାତ୍ରୀ । କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ବାୟାପଡା ଘାଟି ତଳକୁ ଖସି ପଡିଲା କମାଣ୍ଡର । ଘଟଣାସ୍ଥଳରେ କୁଡୁମୁଲୁଗୁମ୍ମା ଅଗ୍ନିଶମ ବାହିନୀ ପହଞ୍ଚି ଗାଡି ଭିତରୁ ଆହତଙ୍କୁ ଉଦ୍ଧାର କରିଛନ୍ତି । ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଥିବା ବେଳେ ଏବେ ବି କମାଣ୍ଡର ଭିତରେ କିଛି ଯାତ୍ରୀ ଫସି ରହିଥିବା ସୂଚନା ମିଳିଛି । ପୋଲିସ ଘଟଣାର ତଦନ୍ତ କରିବା ସହ ହସ୍ପିଟାଲରେ ଆହତଙ୍କ ଚିକିତ୍ସା ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ