Wednesday, October 7, 2026
23.2 C
Odisha

    ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ରାଜ୍ୟରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଫଳରେ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଛି ଲାଗିଛି ବର୍ଷା । ଟ୍ବିନ ସିଟିରେ ଗତକାଲିଠାରୁ ବର୍ଷା ଲାଗି ରହିଛି । ଆଜି ଓ କାଲି ଭୀଷଣ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ ଓ ମୟୂରଭଞ୍ଜକୁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି।

    ପ୍ରବଳ ବର୍ଷା ପାଇଁ ୨୧ ଜିଲ୍ଲାକୁ ୟେଲୋ ଆର୍ଲଟ ଜାରି ହୋଇଛି। ଏହାସହ କେତେକ ସ୍ଥାନରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସବୁଠୁ ବଡ଼ କଥା ହେଉଛି, ପଛକୁ ପଛ ଦୁଇଟି ଲଘୁଚାପ ଆସୁଛି। ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ବାଂଲାଦେଶ ଉପରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆଗକୁ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ, ଯାହାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ପଡ଼ିବାର ଆଶଙ୍କା ରହିଛି। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆଇଏମ୍ ଡି ଆକଳନ କରିଛି।

    ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ତେବେ ଅଗଷ୍ଟ ତୃତୀୟ ସପ୍ତାହରେ ଏହାର ପ୍ରଭାବ ସାରା ରାଜ୍ୟରେ ଅନୁଭୂତ ହେବ। ଆସନ୍ତା ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଥିବାରୁ ଓଡ଼ିଶା ଉପରେ ବର୍ଷାର ପ୍ରଭାବ ଲାଗିରହିବ। ଅଗଷ୍ଟ ମାସର ସର୍ବାଧିକ ବର୍ଷା ଏହି ସମୟ ମଧ୍ୟରେ ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ