Thursday, April 2, 2026
38.5 C
Odisha

    ଘୂର୍ଣ୍ଣିବଳୟ ଯୋଗୁଁ ପଶ୍ଚିମ ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :  ରାଜ୍ୟରେ ଏବେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଏକ ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ବି ରହିଛି। ପୂର୍ବାହ୍ନରେ ଖରା ଓ ଅପରାହ୍ଣ ଆଡ଼କୁ ମେଘୁଆ ପାଗ ସହ ବର୍ଷା ହେଉଛି। ମୌସୁମୀଜନିତ ନିମ୍ନ ଚାପରେଖା ଯୋଧପୁର, ଦେଓମାଳି ଦେଇ ପୂର୍ବ ଆଡ଼କୁ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏଁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

    ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିସହ ଉପକୂଳରୁ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ବଜ୍ରପାତ ସହ ବର୍ଷା ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ୧୧ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ। ମାଲକାନଗିରି ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ବି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.5 ° C
    38.5 °
    38.5 °
    17 %
    3.1kmh
    51 %
    Thu
    38 °
    Fri
    41 °
    Sat
    39 °
    Sun
    38 °
    Mon
    41 °

    ସମ୍ବନ୍ଧିତ