Friday, January 31, 2025
19.2 C
Odisha

    ଘୋଷଣା ହେଲା ନୂଆ ଏନଏସି ଓ ମ୍ୟୁନିସିପାଲିଟି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସିକୁ ମ୍ୟୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି। 5T ଅଧ୍ୟକ୍ଷଙ୍କ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    19.2 ° C
    19.2 °
    19.2 °
    80 %
    2.6kmh
    56 %
    Thu
    19 °
    Fri
    34 °
    Sat
    35 °
    Sun
    35 °
    Mon
    36 °

    ସମ୍ବନ୍ଧିତ