Sunday, March 22, 2026
21.2 C
Odisha

    ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ବିଜେ ନୀତି ଆରମ୍ଭ, ଧାଡ଼ି ପହଣ୍ଡିରେ ଆସୁଛନ୍ତି ଚକ୍ରରାଜ ସୁଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ଶ୍ରୀକ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ବା ରଥଯାତ୍ରା ଆରମ୍ଭ ହୋଇଯାଇଛି । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରିବେ ଶ୍ରୀଜୀଉ। ପୁରୀରେ ଏବେ ନୀତିକାନ୍ତି ପରେ ଆରମ୍ଭ ହୋଇଛି ପହଣ୍ଡି ବିଜେ ନୀତି । ମନ୍ଦିର ଭିତରେ ନୀତିକାନ୍ତି ଶେଷ ହେବା ପରେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ରଥାରୁଢ଼ ହେବେ ଶ୍ରୀସୁଦର୍ଶନ । ଏହା ପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି । ଘଣ୍ଟ ଓ ଶଙ୍ଖର ଶବ୍ଦରେ ଶ୍ରୀମନ୍ଦିର ପରିସର ଏକ ଭକ୍ତିମୟ ପରିବେଶ ସୃଷ୍ଟି କରିଛି । ଶ୍ରୀସୁଦର୍ଶନ ରଥ ଉପରେ ବିଜେ କରିସାରିଛନ୍ତି ।

    ସେପଟେ ସମସ୍ତଙ୍କର ଅପେକ୍ଷା କେତେବେଳେ ନୀଳକନ୍ଦରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ନୀଳାଦ୍ରିନାଥ। ରଥରେ ବସି ଯିବେ ଆଡ଼ପମଣ୍ଡପ । ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ବିଶ୍ୱନିୟନ୍ତାଙ୍କ ଦୁର୍ଲ୍ଲଭ ଦର୍ଶନ । ସେହି ଦିବ୍ୟ ମୁହୂର୍ତ୍ତକୁ ଚାହିଁ ରହିଛନ୍ତି ଭକ୍ତଜନ । ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ । ସଭିଏଁ ହେବେ ଏକାକାର । ଆଜି ସକାଳ ସାଢେ ୧୦ ଟାରୁ ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୪ ଟାରେ ରଥ ଟାଣିବା ଲାଗି ନୀତି ନିର୍ଘଣ୍ଟ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.2 ° C
    21.2 °
    21.2 °
    46 %
    1.9kmh
    53 %
    Sun
    33 °
    Mon
    35 °
    Tue
    37 °
    Wed
    39 °
    Thu
    38 °

    ସମ୍ବନ୍ଧିତ