Saturday, April 26, 2025
31.4 C
Odisha

    ଚମକାଇଲା ଆଜିର ସୁନା ଦର; ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ ?

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : କିଛି ଦିନ ପୂର୍ବରୁ ସୁନା ଦର ଅଚାନକ ଲକ୍ଷେ ଟଙ୍କାରେ ପହଞ୍ଚିଥିଲା । ତାପରେ ଧିରେ ଧିରେ ସୁନା ଦର ଖସିବାରେ ଲାଗିଛି । ତେବେ ଆସନ୍ତୁ ଜାଣିବା, ସୁନା ଦର କେଉଁଠି କେତେ?

    ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୨୧୦, ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ହଜାର ୦୨୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୮, ୨୧୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୦୨୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୮,୨୧୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ,୦୨୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୮, ୩୧୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୧୭୦ଟଙ୍କା ରହିଛି ।

    ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮, ୨୧୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦,୦୨୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮,୨୧୦ ଓ ୯୦,୦୨୦ ଟଙ୍କା ରହିଛି। ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୯୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ…
    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

    ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

    ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ସଠିକ୍ ଦାମ୍‌ରେ କେମିତି କିଣିବେ ସୁନା : ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।

    ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ ।

    ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.4 ° C
    31.4 °
    31.4 °
    38 %
    5.1kmh
    63 %
    Sat
    33 °
    Sun
    38 °
    Mon
    40 °
    Tue
    41 °
    Wed
    40 °

    ସମ୍ବନ୍ଧିତ