Friday, April 3, 2026
39.1 C
Odisha

    ଚାଇନାକୁ ହରାଇ ଭାରତ ଏସିଆ ଚାମ୍ପିୟନ

    ଆଗକୁ ପଢନ୍ତୁ

    ହରମନପ୍ରୀତ ସିଂହଙ୍କ ନେତୃତ୍ୱାଧୀନ ଭାରତୀୟ ହକି ଟିମ୍ ଚାଇନା ମାଟିରେ ଚାଇନାକୁ ପରାସ୍ତ କରି ପଞ୍ଚମ ଥର ଲାଗି ଏସିଆ ଚାମ୍ପିୟନ ହୋଇଛି। ଫାଇନାଲ ମୁକାବିଲାରେ ଚାଇନା ଭାରତୀୟ ଦଳ ସହିତ କଡ଼ା ମୁକାବିଲା କରିଥିଲା। ତୃତୀୟ କ୍ୱାର୍ଟର ସୁଦ୍ଧା ଉଭୟ ପକ୍ଷ କୌଣସି ଗୋଲ୍ କରିପାରି ନଥିଲେ। ତେବେ ଚତୁର୍ଥ କ୍ୱାର୍ଟରର ୧୦ ମିନିଟରେ ଭାରତ ପାଇଁ ଯୁଗରଜ ସିଂହ ଏକମାତ୍ର ଗୋଲ କରିଥିଲେ, ଯାହା ବିଜୟ ସୂଚକ ଥିଲା। ଏହାପୂର୍ବରୁ ଭାରତ ସେମିଫାଇନାଲରେ ଦକ୍ଷିଣ କୋରିଆକୁ ୪-୧ ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ଅନ୍ୟପଟେ ଚାଇନା ହକି ଟିମ୍ ପ୍ରଥମ ଥର ଲାଗି ଫାଇନାଲରେ ପ୍ରବେଶ କରିଥିଲା। କିନ୍ତୁ ଫାଇନାଲରେ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଭାରତ ଠାରୁ ପରାଜୟ ବରଣ କରି ରନର୍ସ ଅପରେ ସନ୍ତୁଷ୍ଟ ହେବାକୁ ପଡିଛି। ଭାରତୀୟ ଦଳ ଇତିହାସରେ ସର୍ବାଧିକ ପଞ୍ଚମ ଥର (ଚଳିତ ସିଜିନକୁ ମିଶାଇ) ଏସୀୟ ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଛି। ପୁରୁଷ ହକି ଏସୀୟ ଚାମ୍ପିଅନ୍ସ ଟ୍ରଫିର ପ୍ରଥମ ସିଜନ୍ ୨୦୧୧ ରେ ଖେଳାଯାଇଥିଲା। ତା’ପରେ ଭାରତୀୟ ଦଳ ପାକିସ୍ତାନକୁ ପରାସ୍ତ କରି ଟାଇଟଲ ଜିତିଥିଲା। ଏହା ପରେ ଭାରତୀୟ ଦଳ ୨୦୧୩, ୨୦୧୮ ଏବଂ ୨୦୨୩ ସିଜନରେ ମଧ୍ୟ ଜିତିଛି। ୨୦୧୮ ରେ ଭାରତୀୟ ଦଳ ପାକିସ୍ତାନ ସହ ମିଳିତ ବିଜେତା ହୋଇଥିଲା।
    ଏସୀୟ ଚାମ୍ପିଅନ୍ସ ଟ୍ରଫିରେ ୮ ଟି ସିଜିନ୍ ଖେଳାଯାଇଛି, ସେଥିମଧ୍ୟରୁ ଭାରତ ୪ ଥର, ପାକିସ୍ତାନ ଗୋଟିଏ ଥର ଏବଂ ଦକ୍ଷିଣ କୋରିଆ ଥରେ ଟାଇଟଲ ଜିତିଛି। ଭାରତ ୨୦୧୮ ରେ ଭାରତ ଏବଂ ପାକିସ୍ଥାନ ମିଳିତ ବିଜେତା ହୋଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ