Tuesday, March 17, 2026
31.5 C
Odisha

    ଚାରି ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ସମ୍ବଲପୁରଠାରେ ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରର ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ବଲପୁର ମ୍ୟୁନିସିପାଲ କର୍ପୋରେସନ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ସମ୍ବଲପୁର , ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଆରକ୍ଷୀ ଅଧୀକ୍ଷକ ଓ ରିଟର୍ଣ୍ଣିଂ ଅଫିସରମାନେ ଯୋଗଦେଇ ନିର୍ବାଚନ ପ୍ରସ୍ତୁତି ନେଇ ସବିଶେଷ ତଥ୍ୟ ରଖିଥିଲେ ।
    ସମୀକ୍ଷା ବୈଠକର ପ୍ରଥମ ସଂପାନରେ ମୁଖ୍ୟ ନିର୍ବାଚନ ଅଧିକାରୀ ଚାରି ସଂସଦୀୟ କ୍ଷେତ୍ର ଅଧୀନରେ ଆସୁଥିବା ୭ଟି ଜିଲ୍ଲାର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ସମସ୍ତ ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳମାନଙ୍କ ସହ ବିସ୍ତୃତ ଭାବରେ ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିଥିଲେ । ସମସ୍ତ ଜିଲ୍ଲାର ଜିଲ୍ଲାପାଳ ପିପିଟି ପ୍ରେଜେଣ୍ଟେସନ୍ ମାଧ୍ୟମରେ ନିଜ ନିଜ ଜିଲ୍ଲାର ନିର୍ବାଚନ ପ୍ରସ୍ତୁତିର ସବିଶେଷ ତଥ୍ୟ ରଖିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ ଏହି ସମସ୍ତ ତଥ୍ୟ ବାବଦରେ ଅବଗତ ହେବା ସହ ପ୍ରସ୍ତୁତିର ବିଭିନ୍ନ ଦିଗ ଓ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ମଧ୍ଯରେ ସଫଳ ନିର୍ବାଚନ ପରିଚାଳନା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ବିଷୟରେ ଚର୍ଚ୍ଚା କରିଥିଲେ । ଏହା ସହିତ ମୁଖ୍ୟ ନିର୍ବାଚନ ଅଧିକାରୀ ସି – ଭିଜିଲ୍ ସୁବିଧା ପୋର୍ଟାଲ, ଏନ୍‌କର ନୋଡାଲ ଆଦି ଆପ୍ ଦ୍ଵାରା ନିର୍ବାଚନ ପରିଚାଳନା କିପରି ସହଜ ଭାବରେ ହେବ ତାହା ଆଲୋଚନା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    30 %
    5.1kmh
    80 %
    Tue
    32 °
    Wed
    36 °
    Thu
    36 °
    Fri
    35 °
    Sat
    33 °

    ସମ୍ବନ୍ଧିତ