Saturday, January 31, 2026
16.3 C
Odisha

    ଚାଷୀଙ୍କୁ ନୂଆଁଖାଇ ଭେଟି : ୪୬ ଲକ୍ଷରୁ ଉର୍ଦ୍ଧ୍ବ ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୨୫ କୋଟି ଟଙ୍କା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘ସିଏମ୍‌‌ କିଷାନ’ ଟଙ୍କା । ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଆକାଉଣ୍ଟକୁ ସିଏମ୍‌‌ କିଷାନ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍‌‌ କିଷାମ ଯୋଜନାର ଶୁଭାରମ୍ଭ କରିଛନ୍ତି। ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ଅଡିଟୋରିୟମରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଜନାର ଶୁଭାରମ୍ଭ କରିବା ସହ ୪୬ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ଭୂମିହୀନଙ୍କୁ ୯୨୫ କୋଟି ଟଙ୍କାରୁ ଊର୍ଦ୍ଧ୍ବ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡିବିଟି ମାଧ୍ୟମରେ ଏହି ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସିଏମ୍‌‌ କିଷାନ ପୋର୍ଟାଲର ଉନ୍ମୋଚନ କରିଛନ୍ତି । ଏହାସହ ପିଏମ୍‌‌ କିଷାନ ଯୋଜନାର ସ୍ୱତନ୍ତ୍ର ଅଭିଯାନ ସହ କୃଷକ ଓଡ଼ିଶା ୟୁନିଫାଏଡ୍‌‌ ପୋର୍ଟାଲର ମଧ୍ୟ ଉନ୍ମୋଚନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    16.3 ° C
    16.3 °
    16.3 °
    85 %
    1.8kmh
    70 %
    Sat
    31 °
    Sun
    31 °
    Mon
    32 °
    Tue
    32 °
    Wed
    32 °

    ସମ୍ବନ୍ଧିତ