Thursday, April 23, 2026
34 C
Odisha

    ଚିକିତ୍ସା ପାଇଁ ମୁମ୍ବାଇ ଗସ୍ତରେ ନବୀନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମୁମ୍ବାଇ ଗସ୍ତରେ ନବୀନ ପଟ୍ଟନାୟକ। ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା । ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଛି ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଛନ୍ତି । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏୟାରପୋର୍ଟରେ ବିଜେଡି ନେତା ଓ କର୍ମୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ହଜାର ହଜାର ଜନତା ଉପସ୍ଥିତ ରହି ଆଶୁ ଆରୋଗ୍ୟ କାମନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    34 ° C
    34 °
    34 °
    11 %
    1.7kmh
    16 %
    Thu
    36 °
    Fri
    43 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ