Wednesday, February 4, 2026
18.8 C
Odisha

    ଚିଲିକା ହ୍ରଦର ସାମଗ୍ରିକ ବିକାଶ ନେଇ ବଡ ବୈଠକ, ଜୈବ ବିବିଧତାର ସୁରକ୍ଷା ନେବା ପାଇଁ ସିଏମଙ୍କ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଚିଲିକା ହ୍ରଦର ସାମଗ୍ରିକ ବିକାଶ ନେଇ ବଡ ବୈଠକ ।  ଚିଲିକାର ବିକାଶ ପାଇଁ ପ୍ରସ୍ତୁତ ହେଲା ସମନ୍ୱିତ ଯୋଜନା ।  ଚିଲିକାର ଉନ୍ନୟନ ସମ୍ପର୍କରେ ଆଲୋଚନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚିଲିକା ହେଉଛି ଆମ ଜୈବ ବିବିଧତାର ଏକ ଭଣ୍ଡାର ।  ଚିଲିକାର ସୁରକ୍ଷା ପାଇଁ ସବୁ ପ୍ରକାର ପଦକ୍ଷେପ ନେବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ଚିଲିକାର ସୁରକ୍ଷା ଓ ପରିବେଶର ଉନ୍ନତି ପାଇଁ ଏକ ସମନ୍ୱିତ ଯୋଜନା ଉପସ୍ଥାପନ କରାଯାଇଥିଲା ।

    ଯୋଜନା ଅନୁଯାୟୀ, ଚିଲିକାର ପୁନରୁଦ୍ଧାର ପାଇଁ ମୂହାଣ ଖୋଳାଯିବା, ଚିଲିକାର ମୁଖ୍ୟ ପାଣି ଚ୍ୟାନେଲ ସହ ବାଲୁଗାଁ ଚ୍ୟାନେଲ, ମଗରମୁଖ ଚ୍ୟାନେଲ ଏବଂ ପାଲୁର ଚ୍ୟାନେଲକୁ ଖୋଳାଯାଇ ମାଟି କଢ଼ାଯିବା ଆଦି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ।  ଏହାସହିତ, ମତ୍ସ୍ୟସମ୍ପଦର ଉନ୍ନତିକରଣ ପାଇଁ ପ୍ରାୟ ଫିସ୍ ଲ୍ୟାଣ୍ଡିଙ୍ଗ୍ ସେଣ୍ଟର ପ୍ରତିଷ୍ଠା, ଏବଂ ଅନ୍ୟାନ୍ୟ ଦୀର୍ଘସ୍ଥାୟୀ ଭିତ୍ତିଭୂମିର ବିକାଶ ଓ ଗବେଷଣା ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା । ଏହାଦ୍ୱାରା ଚିଲିକାର ଲବଣାଂଶରେ ସନ୍ତୁଳନ ରହିବା ସହିତ ଏହାର ଜୈବବିବିଧତାରେ ଉନ୍ନତି ଆସିପାରିବ ।  ୨୦୦୦ ମସିହା ପରଠାରୁ ଚିଲିକାର ମୂହାଣ ଆଉ ଖୋଳାଯାଇ ନଥିବାରୁ ଏହା କ୍ରମଶଃ ପୋତି ହୋଇପଡ଼ୁଛି, ଯାହାଦ୍ୱାରା ଏହାର ଜୈବସମ୍ପଦ ଧିରେ ଧିରେ କମି ଯାଉଛି ।  ତେଣୁ, ବର୍ତ୍ତମାନ ଏହାର ସୁରକ୍ଷା ନିହାତି ଆବଶ୍ୟକ ହୋଇପଡ଼ିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

    ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା, ପୂର୍ତ୍ତ ଓ ଆଇନ ମନ୍ତ୍ରୀ, ପୃଥ୍ୱୀରାଜ ହରିଚନ୍ଦନ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ଗଣେଶରାମ ସିଂ ଖୁଣ୍ଟିଆ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର, ଜଙ୍ଗଲ ଓ ପରିବେଶ ବିଭାଗର ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    46 %
    2.2kmh
    0 %
    Wed
    19 °
    Thu
    31 °
    Fri
    31 °
    Sat
    31 °
    Sun
    31 °

    ସମ୍ବନ୍ଧିତ