Thursday, April 2, 2026
33.8 C
Odisha

    ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଓଡ଼ିଶା ଗସ୍ତରେ ଆସିଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ବିଭିନ୍ନ ବିଷୟ ସହିତ ମହାନଦୀ ଜଳ ବିବାଦ ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ସୌହାର୍ଦ୍ୟପୂର୍ଣ୍ଣ ବାତାବରଣରେ ଏହି ବିବାଦର ଆପୋସ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଥିଲେ। ଦୁଇ ରାଜ୍ୟ ପରସ୍ପରର ପଡ଼ୋଶୀ ରାଜ୍ୟ ଏବଂ ଉଭୟ ରାଜ୍ୟ ମଧ୍ୟରେ ଭାଷା ଓ ଭାବଗତ ସାମଞ୍ଜସ୍ୟ ମଧ୍ୟ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ଉଭୟ ରାଜ୍ୟର ଜନସାଧାରଣଙ୍କ ହିତଦୃଷ୍ଟିରୁ ଏହାର ତୁରନ୍ତ ସମାଧାନ ହେବା ଆବଶ୍ୟକ।ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ସାଏ ଏହା ଉପରେ ସକାରାତ୍ମକ ମତାମତ ପ୍ରକାଶ କରି କହିଥିଲେ ଯେ, ସେ ସଦାସର୍ବଦା ଆପୋସ ସମାଧାନ ସପକ୍ଷରେ ଅଛନ୍ତି। ଆଲୋଚନା ଜରିଆରେ ଏହି ସମସ୍ୟାର ଉପଯୁକ୍ତ ସମାଧାନ ହୋଇପାରିବ ବୋଲି ସେ ମତ ଦେଇଥିଲେ। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବିଷୟ ଉପରେ ଗୁରୁତ୍ୱ ଦେଇ ଏହାର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ରାସ୍ତା ବାହାର କରିବାକୁ ଏକମତ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.8 ° C
    33.8 °
    33.8 °
    23 %
    3kmh
    97 %
    Thu
    33 °
    Fri
    40 °
    Sat
    38 °
    Sun
    36 °
    Mon
    39 °

    ସମ୍ବନ୍ଧିତ