Tuesday, October 13, 2026
24.9 C
Odisha

    ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ପାଇଁ ‘ନୂଆ-ଓ’ କାର୍ଯ୍ୟକ୍ରମର ଆୟୋଜନ : ୫ଟି ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    ପାରଳାଖେମୁଣ୍ଡି: ୫ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଆଜି ଦିନିକିଆ ଗଜପତି ଗସ୍ତ କରିଛନ୍ତି। ସେ ଜିଲ୍ଲା ମୁଖ୍ୟାଳୟ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ନୂଆ-ଓ କାର୍ଯ୍ୟକ୍ରମରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ସଫଳତାର ଟିପ୍ସ ଦେଇଛନ୍ତି। ସେ ଛାତ୍ରଛାତ୍ରୀଙ୍କୁ ଜୀବନରେ ସଫଳ ହେବା ପାଇଁ ମନ୍ତ୍ର ଦେଇଛନ୍ତି। ପାଠପଢା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଅନ୍ତର୍ନିହିତ ପ୍ରତିଭାର ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି।

    ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍‌ କହିଛନ୍ତି, ପାଠପଢା ସହ ଅନ୍ତର୍ନିହିତ ପ୍ରତିଭାର ବିକାଶ ହୋଇପାରିଲେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ହେବ। ଆଉ ଏହି ବ୍ୟକ୍ତିତ୍ବ ବୃଦ୍ଧି କରିବାକୁ ଏହି ନୂଆ-ଓ କାର୍ଯ୍ୟକ୍ରମ ବୋଲି କହିଛନ୍ତି। କୌଣସି ପ୍ରତିଯୋଗିତାରେ ଜିତିବା ଅପେକ୍ଷା ଅଂଶଗ୍ରହଣ ଅତି ଗୁରୁତ୍ବପୂର୍ଣ୍ଣ। ଏହା ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାମଗ୍ରିକ ବ୍ୟକ୍ତିତ୍ବର ବିକାଶ କରିବାରେ ସହାୟକ ହେବ। ଏହାଦ୍ବାରା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟକ୍ତିତ୍ବର ବିକାଶ ସହ ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ସଫଳତା ହାସଲ କରିବାକୁ ଫିଟ୍ ରହିବା ଜରୁରୀ। ଏଥିଲାଗି ପ୍ରତିଦିନ ୩୦ ମିନିଟ ଶାରିରୀକ ବ୍ୟାୟାମ କରିବାକୁ ହେବ।

    ଶାରିରୀକ ବ୍ୟାୟାମ ସହ ଦୈନିକ ମାନସିକ ୧୫ ମିନିଟ ଧ୍ୟାନ କରିବାକୁ ହେବ। ଦିନରାତି ଯିଏ ଏକା କରି ଖଟିବ ସିଏ ଉପରକୁ ଯିବ। ସଫଳତାର ମୂଳ ମନ୍ତ୍ର କଠିନ ପରିଶ୍ରମ, ଏହାର କୌଣସି ବିକଳ୍ପ ନାହିଁ। ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସିରେ ରହିବେ। ଆପଣମାନଙ୍କର ଭବିଷ୍ୟତ ଉଜ୍ଜଳ ହେଲେ ଓଡ଼ିଶାର ଭବିଷ୍ୟତ ଉଜ୍ଜଳ ହେବ ବୋଲି ୫ଟି ଅଧ୍ୟକ୍ଷ ଶ୍ରୀ ପାଣ୍ଡିଆନ୍‌ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.9 ° C
    24.9 °
    24.9 °
    76 %
    1.5kmh
    77 %
    Tue
    25 °
    Wed
    29 °
    Thu
    29 °
    Fri
    31 °
    Sat
    31 °

    ସମ୍ବନ୍ଧିତ