Sunday, July 26, 2026
27.3 C
Odisha

    ଜଗତସିଂହପୁର ଜିଲ୍ଲାରେ ସୋମବାର ସମସ୍ତ ସ୍କୁଲ ବନ୍ଦ ନିର୍ଦ୍ଦେଶ, ଅତି ପ୍ରବଳ ବର୍ଷା ସତର୍କତା ଜାରି

    ଆଗକୁ ପଢନ୍ତୁ

    ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବାରୁ ସୋମବାର ସମସ୍ତ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । IMDର ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତା ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି ନେଇଛି ।  ୨୭ ଜୁଲାଇ ୨୦୨୬ ସୋମବାର ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ, OAV ଓ KV ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।  ଏହି ନିଷ୍ପତ୍ତି ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ସ୍ତରର ସମସ୍ତ ବିଦ୍ୟାଳୟ ପାଇଁ ପ୍ରଯୁଜ୍ୟ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି ।  ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖିଆଗରେ ରଖି ଜିଲ୍ଲାପାଳ ଏହି ଆଦେଶ ଜାରି କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.3 ° C
    27.3 °
    27.3 °
    85 %
    3kmh
    95 %
    Sun
    27 °
    Mon
    31 °
    Tue
    24 °
    Wed
    26 °
    Thu
    30 °

    ସମ୍ବନ୍ଧିତ