Friday, April 3, 2026
36.1 C
Odisha

    ଜନଗଣନା ନ ସରିବା ଯାଏ କର୍ମଚାରୀଙ୍କ ବଦଳି ବନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ରାଜ୍ୟରେ ଆରମ୍ଭ ହୋଇଥିବା ଜନଗଣନା ବର୍ଷେ ପର୍ଯ୍ୟନ୍ତ ଜାରି ରହିବ। ସେ ପର୍ଯ୍ୟନ୍ତ ଏଥିରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ଅନ୍ୟତ୍ର ବଦଳି ଉପରେ କଟକଣା ଲଗାଯାଇଛି। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅରବିନ୍ଦ ପାଢ଼ୀ ବିଭିନ୍ନ ବିଭାଗର ସଚିବ, ବିଭାଗୀୟ ମୁଖ୍ୟ, ସମସ୍ତ ଜିଲ୍ଲାପାଳ ଏବଂ ମହାନଗର ନିଗମର ଆୟୁକ୍ତ ତଥା ମୁଖ୍ୟ ଜନଗଣନା ଅଧିକାରୀଙ୍କୁ ଚିଠି ଲେଖି ଅବଗତ କରିଛନ୍ତି। ଅପରପକ୍ଷେ ଗତକାଲି ଆରମ୍ଭ ହୋଇଥିବା ସ୍ବ-ଜନଗଣନାରେ ରାଜ୍ୟର ୧୭ ହଜାର ଲୋକ ସାମିଲ ହୋଇଥିବା ଜଣାପଡ଼ିଛି।

    ଜନଗଣନା କାର୍ଯ୍ୟର ସଫଳ ସମ୍ପାଦନ ସୁନିଶ୍ଚିତ କରିବା ପାଇଁ ଜନଗଣନା କାର୍ଯ୍ୟରେ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କ ବଦଳି ନ କରାଯିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜନଗଣନା କାର୍ଯ୍ୟରେ ନିୟୋଜିତ ମାଷ୍ଟର ଟ୍ରେନର ଓ ଫିଲ୍ଡ ଟ୍ରେନରଙ୍କୁ ଜନଗଣନା କାର୍ଯ୍ୟ ସମାପ୍ତି ପର୍ଯ୍ୟନ୍ତ ଅର୍ଥାତ୍ ମାର୍ଚ୍ଚ ୨୦୨୭ ପର୍ଯ୍ୟନ୍ତ ବଦଳି କରାଯିବନାହିଁ। ସୁପରଭାଇଜର ଓ ଗଣନାକାରୀ ଭାବେ ନିଯୁକ୍ତ କର୍ମଚାରୀଙ୍କ ବଦଳି ସମ୍ବନ୍ଧରେ ସମ୍ପୃକ୍ତ ଜିଲା ମୁଖ୍ୟ ଜନଗଣନା ଅଧିକାରୀଙ୍କ ପୂର୍ବାନୁମତି ବିନା କୌଣସି ପଦକ୍ଷେପ ଗ୍ରହଣ କରାଯିବ ନାହିଁ। ବିଭାଗୀୟ ମୁଖ୍ୟ ଅଧିକାରୀମାନଙ୍କୁ କ୍ଷେତ୍ରସ୍ତରରେ ନିୟୋଜିତ ଜନଗଣନା ଅଧିକାରୀମାନଙ୍କ ବଦଳି ନିୟନ୍ତ୍ରଣ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ କରିବାକୁ ନି‌େ‌ର୍ଦଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ