Friday, March 13, 2026
23.4 C
Odisha

    ଜନଜାତି ଭାଇ ଭଉଣୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ରହିଛି : ପାଣ୍ଡିଆନ

    ଆଗକୁ ପଢନ୍ତୁ

    ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ନବରଙ୍ଗପୁର ଲୋକସଭା ନିର୍ବାଚନ ମଣ୍ଡଳୀର ଉମରକୋଟ ଓ ଝରିଆଁରେ ନିର୍ବାଚନ ପ୍ରଚାର କରିଛନ୍ତି। ନିର୍ବାଚନ ସଭାରେ ଜନଜାତି ଭାଇ ଭଉଣୀ ମାନଙ୍କୁ ସମ୍ଭୋଦିତ କରି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି ଆମ ମୁଖ୍ୟମନ୍ତ୍ରୀ ଜନଜାତିଙ୍କୁ ବହୁତ ଭଲ ପାଆନ୍ତି, ସମ୍ମାନ କରନ୍ତି,ଜନଜାତି ଭାଷା ସଂସ୍କୃତି ଓ ପୂଜାସ୍ଥଳୀର ଉନ୍ନତି ପାଇଁ କୋଉ ରାଜ୍ୟ ବି ଚିନ୍ତା କରିନାହିଁ । ଜନଜାତିଙ୍କ କଳା ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି। ଏଥିରେ ଜନଜାତିଙ୍କ ଭାଷା, କଳା, ସଂସ୍କୃତି, ପୂଜାସ୍ଥଳୀ, ଜାହିରା ଆଦିର ବିକାଶ କରାଯାଉଛି।

    ଏଥି ସହିତ ଜନଜାତି ଭାଇଙ୍କ ସୁବିଧା ପାଇଁ ୫୦ ହଜାର ଛୋଟ ଛୋଟ କେସ୍‌ ରଦ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଆପଣାନେ ଆଉ ହଇରାଣ ହେବେ ନାହିଁ। କୋର୍ଟ କଚେରୀ ଦୌଡିବାକୁ ପଡିବ ନାହିଁ। ଜୀବିକା ପାଇଁ ଜଙ୍ଗଲ ଉପରେ ଆପଣମାନେ ନିର୍ଭର କରନ୍ତି । ଆପଣ ସଂଗ୍ରହ କରିଥିବା ଜିନିଷକୁ କମ୍‌ ଦାମରେ ବିକନ୍ତି । କିଛି ଲାଭ ପାଆନ୍ତି ନାହିଁ । ତେଣୁ ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ କରିଛନ୍ତି ଲାଭ ଯୋଜନା। ଏଥିରେ ସରକାର ଆପଣଙ୍କ ଜିନିଷ ଠିକ୍‌ ଦାମ ଦେଇ କିଣିନେବେ। ଆପଣଙ୍କୁ ଆଉ କେହି ଠକି ପାରିବେ ନାହିଁ। କାର୍ତ୍ତିକ ପାଣ୍ଡିଆନ ଆହୁରି ମଧ୍ୟ କହିଥିଲେ ଯେ ପିଲାମାନେ ହେଉଛନ୍ତି ଆମ ଭବିଷ୍ୟତ । ତେଣୁ ଜନଜାତି ପିଲାଙ୍କ ପାଠ ପଢିବା ପାଇଁ ମୁଖ୍ୟମନ୍ତ୍ରୀ ହଷ୍ଟେଲ କରିଛନ୍ତି । ସାରା ଭାରତରେ ସବୁଠାରୁ ଅଧିକ ହଷ୍ଟେଲ ସେ ଓଡିଶାରେ କରିଛନ୍ତି । ୫-ଟି ସ୍କୁଲ ରୂପାନ୍ତରରେ ୮୫୦୦ ସ୍କୁଲର ରୂପାନ୍ତର କରିଛନ୍ତି । ନବରଙ୍ଗପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୪ଟି ଡିଗ୍ରୀ କଲେଜ ମଞ୍ଜୁର କରିଛନ୍ତି। ଆମ କାମର ହିସାବ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆପଣଙ୍କ ଅନୁରୋଧରେ ଆମେ ଯେଉଁ ସବୁ କାମ ପାଇଁ ପଦକ୍ଷେପ ନେଇଛୁ, ସେ ସବୁ କାମର ହିସାବ ଦେବା ପାଇଁ ଆସିଛି।

    ଉମରକୋଟର ବିକାଶର ହିସାବ ଦେଇ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ଏଠାରେ ୨୧୨ କୋଟି ଟଙ୍କାର କାମ ଚାଲିଛି । ମା ପେଣ୍ଡ୍ରାଣୀ ମନ୍ଦିର କାମ ଶେଷ ହୋଇଛି। ପୋଡାଗଡ ଶିବ ମନ୍ଦିର ଓ ଐତିହ୍ୟ ସ୍ଥଳ ପାଇଁ ୩ କୋଟି ଟଙ୍କାର କାମ ଚାଲିଛି। ଉମରକୋଟରେ ଡାଇଲିସିସ୍‌ ସେଣ୍ଟର ଖୋଲିଛି । ୫୦ କୋଟିରେ ୫ ଟି ରାସ୍ତା କାମ ଚାଲିଛି । ଝରିଗାଁରେ ପାଣ୍ଡିଆନ କହିଲେ ଯେ ମୁଁ ଯେତେବେଳ ଆସିଥିଲି, ସେତେବେଳେ ବର୍ଷା ହେଉଥିଲା । ତାସତ୍ତ୍ବେ ବି ଆପଣମାନେ ବହୁ ସଂଖ୍ୟାରେ ଆସି ବିକାଶ ପାଇଁ ପ୍ରସ୍ତାବ ଦେଇଥିଲେ। ସତୀଘାଟ, ମାଲଗାଁରେ ଜଳସେଚନ ପାଇଁ କୋଟି କୋଟି ଟଙ୍କା ମଞ୍ଜୁର ହୋଇଛି । ଝରିଗାଁ ପାଇଁ ଡିଗ୍ରୀ କଲେଜ ମଞ୍ଜୁର ହୋଇଛି। ଚନ୍ଦାହାଣ୍ଡି ଝରିଗାଁକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯାଉଛି । ଝରିଗାଁରୁ ମେଦେନା ରାସ୍ତା ପାଇଁ ୪୫ କୋଟି, ଉମରକୋଟ-ଚନ୍ଦାହାଣ୍ଡି ମାଲଗାଁ ରାସ୍ତା ପାଇଁ ୬୧ କୋଟି, ଭୈରଘୁମର ଜଳପ୍ରପାତ ଠାରେ ପର୍ଯ୍ୟଟନ ପାଇଁ ୩ କୋଟି ୨୫ ଲକ୍ଷ, ଚନ୍ଦନଧାରା ଜଳପ୍ରପାତରେ ପର୍ୟ୍ୟଟନର ବିକାଶ ପାଇଁ ୩ କୋଟି ୭୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି ବୋଲି କାର୍ତ୍ତିକ ପାଣ୍ଡିଆନ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.4 ° C
    23.4 °
    23.4 °
    20 %
    1.2kmh
    0 %
    Thu
    23 °
    Fri
    38 °
    Sat
    39 °
    Sun
    39 °
    Mon
    38 °

    ସମ୍ବନ୍ଧିତ