Monday, October 19, 2026
21.9 C
Odisha

    ଜନତା ମଇଦାନରେ ଅନୁଷ୍ଠିତ ହେବ ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ, ସ୍ଥିତି ସମୀକ୍ଷା କଲେ ଡିଜିପ .

    ଆଗକୁ ପଢନ୍ତୁ

    ଆଗାମୀ ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଅଷ୍ଚାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସକୁ ଶୃଙ୍ଖଳିତ ତଥା ସୁଚାରୁରୂପେ ଆୟୋଜନ ପ୍ରସ୍ତୁତି ସଂପର୍କରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ୱାଇ.ବି.ଖୁରାନିଆଙ୍କ ଅଧ୍ୟକ୍ଷତାରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ତ୍ରିଦିବସୀୟ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୋଲିସ ବିଭାଗର ପ୍ରସ୍ତୁତି ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଥିଲା ।
    ଏହି ସମ୍ମିଳନୀରେ କେନ୍ଦ୍ର ସରକାରଙ୍କ ବରିଷ୍ଠ ମନ୍ତ୍ରୀ, ଅତିଥି, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀମାନଙ୍କ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ଯୋଗ ଦେବେ। ଏହାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରିବାକୁ ଡିଜିପି ଶ୍ରୀ ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଭିଭିଆଇପିଙ୍କ ନିମନ୍ତେ ସୁରକ୍ଷା ବ୍ୟବସ୍ଥା, ଜନତା ମଇଦାନ ଠାରେ କାର୍ଯ୍ୟକ୍ରମ ଭି.ଭି.ଆଇ.ପି, ଅତିଥି,ପ୍ରବାସୀ ଭାରତୀୟ, ସ୍ଥାନୀୟ ଦର୍ଶକମାନଙ୍କ ବସିବା ବ୍ୟବସ୍ଥା, ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବ ସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ଭାବେ ସମୀକ୍ଷା କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ