Wednesday, February 11, 2026
30.7 C
Odisha

    ଜରୁରୀକାଳୀନ ଚିକିତ୍ସା ସେବାରେ ଯୋଡିହେଲା ନୂଆ ୨୫୦ ଆମ୍ବୁଲାନ୍ସ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସ ।  ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିଛନ୍ତି ରାଜ୍ୟ ସରକାର ।

    ପ୍ରଥମ ପର୍ଯ୍ୟାୟରେ ୨୦୨୫ ମସିହା ଡିସେମ୍ବର ୨୩ ତାରିଖରେ ୧୫୦ଟି ଆମ୍ବୁଲାନ୍ସ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅଧିକ ୨୫୦ଟି ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୋହନ ମାଝି  ।  ଏଥିରେ ବିମାନବନ୍ଦର ନିମନ୍ତେ ୫ ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି  ।  ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ବିନିଯୋଗ କରିଛନ୍ତି ।  ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ଅଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.7 ° C
    30.7 °
    30.7 °
    15 %
    2.7kmh
    0 %
    Wed
    32 °
    Thu
    32 °
    Fri
    33 °
    Sat
    34 °
    Sun
    34 °

    ସମ୍ବନ୍ଧିତ