Tuesday, June 17, 2025
25.1 C
Odisha

ଜାଗୃତିଙ୍କୁ ବିବାହ କରିବେ ଓଲିଉଡ ଅଭିନେତା ଅନୁଭବ ମହାନ୍ତି, ରାଜସ୍ଥାନରେ ହେବ ଡେସଟିନେସନ୍ ୱେଡିଂ

ଆଗକୁ ପଢନ୍ତୁ

ଦ୍ବିତୀୟ ଇନିଂସ ଆରମ୍ଭ କରିବେ ଓଲିଉଡ୍ ଅଭିନେତା ଅନୁଭବ ମହାନ୍ତି ।  ଦିଲ୍ଲୀରେ ଜାଗୃତି ଶୁକ୍ଲାଙ୍କ ହାତ ଧରିବେ କଟକର ବାଳୁଙ୍ଗା ଟୋକା ।  ରାଜସ୍ଥାନରେ ହେବ ଡେସଟିନେସନ୍ ୱେଡିଂ ।  ଉଭୟଙ୍କ ଆଜି ପଡିବ ହାତଗଣ୍ଠି ।  ହାତକୁ ଦି ହାତ ହେବେ ଲଭ ବାର୍ଡ ।  ପରିବାରବର୍ଗ ଓ କିଛି ହାତଗଣତି ବନ୍ଧୁବାନ୍ଧବଙ୍କ ଉପସ୍ଥିତିରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହେବେ ।

ମାର୍ଚ୍ଚ ୮ ତାରିଖରେ ଦୁଇ ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ନିର୍ବନ୍ଧ ଶେଷ ହୋଇଛି ।  ୨୦୧୯ରେ ଉଭୟଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ବନ୍ଧୁତା ଆଉ ୨୦୨୫ରେ ସାତ ଜନ୍ମର ସାଥୀ ସାଜିଲେ ଅନୁଭବ-ଜାଗୃତି ।  ବର୍ଷାଙ୍କ ସହ ବିବାହ ବିଚ୍ଛେଦ ପରେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଅନୁଭବ ।ପୂର୍ବରୁ ଜାଗୃତିଙ୍କୁ ନେଇ ଚର୍ଚ୍ଚା ଲାଗିରହିଥିଲା ।  ୨୦୧୪ ଫେବ୍ରୁଆରୀରେ ଅନୁଭବ ଓ ବର୍ଷାଙ୍କ ବାହାଘର ହୋଇଥିଲା ।  ପରେ ୨୦୨୩ ଡିସେମ୍ବର ୨୧ ତାରିଖରେ ବିବାହ ବିଚ୍ଛେଦ ହୋଇଥିଲା ।  ଏହାପୂର୍ବରୁ ଜାଗୃତିଙ୍କ ସହ ତାଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ହେଉଥିଲା ।  ବାରମ୍ବାର ଓଡ଼ିଶା ଆସୁଥିଲେ ଜାଗୃତି ଶୁକ୍ଳା ।  ନିକଟରେ ଅନୁଭବଙ୍କ ଉପରେ ଲେଖିଥିବା ଜୀବନୀ ମଧ୍ୟ ରିଲିଜ୍ ହୋଇଥିଲା ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
25.1 ° C
25.1 °
25.1 °
85 %
2.6kmh
100 %
Tue
25 °
Wed
25 °
Thu
30 °
Fri
33 °
Sat
34 °

ସମ୍ବନ୍ଧିତ