Sunday, October 18, 2026
23.2 C
Odisha

    ଜାଣନ୍ତୁ ଆଜିର ରାଶିଫଳ

    ଆଗକୁ ପଢନ୍ତୁ

    ମେଷ : ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶରେ ସାମାଜିକ ସ୍ତରରେ ଉଲ୍ଲେଖନୀୟ କାମ କରି ପ୍ରଶଂସିତ ହେବେ। କେତେକ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହେବା ଆଶଙ୍କା ରହିଛି। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହେବ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ ପଡ଼ିବ।

    ବୃଷ : ରୋହିଣୀ ନକ୍ଷତ୍ର ସକାଶେ ଆଜିର କାମ ହାସଲ ପାଇଁ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ, ବନ୍ଧୁତ୍ୱ ସ୍ଥାପନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦିରୁ ସମସ୍ୟା ମୁକ୍ତ ରହିପାରନ୍ତି। ଭୁଲ୍‌ ବୁଝାମଣାରୁ କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ।

    ମିଥୁନ : ପୁନର୍ବସୁ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ନ ହେଲେ ମଧ୍ୟ ବିଶେଷ ଖରାପ ହେବ ନାହିଁ। କିନ୍ତୁ ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହୋଇପାରନ୍ତି। ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବାରେ ଜଣେ ଅଜଣା ବନ୍ଧୁଙ୍କ ଅବଦାନ ରହିବ। କାର୍ଯ୍ୟବ୍ୟସ୍ତତା କାରଣରୁ ଅନ୍ୟମନସ୍କ ରହି ମାନସିକ ଭାବଧାରାକୁ ବିକ୍ଷିପ୍ତ କରିବେ।

    କର୍କଟ : ନିଜର ପ୍ରତ୍ୟୁତ୍ପନ୍ନମତିତା କାରଣରୁ ପ୍ରତ୍ୟେକ ଅସଜଡ଼ା ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ସହକର୍ମୀ କିମ୍ବା ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ିପାରନ୍ତି। ଅଶ୍ଳେଷା ନକ୍ଷତ୍ରର ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବ। ବାଣିଜ୍ୟ, ପରିବହନ ଓ ନିର୍ମାଣ କାର୍ଯ୍ୟକୁ ସଙ୍କୁଚିତ କରିନେଇ ପାରନ୍ତି ।

    ସିଂହ : ନୂତନ କାର୍ଯ୍ୟରେ ହାତ ଦେଲେ ସଫଳତା ପାଇବେ। ଅତୀତ ଦିନର ବିବାଦୀୟ ଘଟଣାରେ ଆଶଙ୍କା ସୃଷ୍ଟି ହେଲେ ମଧ୍ୟ ସେମିତି କିଛି ହେବ ନାହିଁ। ମଘା ନକ୍ଷତ୍ର ସକାଶେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଶତ୍ରୁତା କାରଣରୁ ପରିବାରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

    କନ୍ୟା : ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନଙ୍କୁ ସନ୍ତୁଷ୍ଟ କରାଇ ପାରିବେ ନାହିଁ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ସକାଳୁ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ଭାବପ୍ରବଣବଶତଃ ବନ୍ଧୁଙ୍କ ସହ ଓଲଟା କଥା କହି ଅପଦସ୍ଥ ହୋଇପାରନ୍ତି। ସହକର୍ମୀମାନଙ୍କ ସହ ଆଜିର ଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।

    ତୁଳା : ପରିସ୍ଥିତିର ବଶବର୍ତ୍ତୀ ହୋଇ କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତପ୍ତ ହେବେ। ଈର୍ଷାପରାୟଣ ବ୍ୟକ୍ତି ପ୍ରତିଷ୍ଠା ଓ ପ୍ରଶଂସା ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ସ୍ବାତୀ ନକ୍ଷତ୍ର ଅଭାବ ନ ଥିଲେ ମଧ୍ୟ ଯାହା ଚାହୁଁଛନ୍ତି ତାହା ନ ପାଇ ଅବସାଦ ଲାଗି ରହିବ। ଯାତ୍ରାରେ ବିଳମ୍ବ ଘଟିବ। ଲକ୍ଷ୍ୟ ହାସଲରେ ଅସୁବିଧା ହେବନାହିଁ।

    ବିଛା : ପ୍ରତ୍ୟେକ କଥାରେ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ, ପ୍ରକାଶନ, ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ଦୂରେଇଯିବ। ଅନୁରାଧା ନକ୍ଷତ୍ର ଯେତେଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ବନ୍ଧୁଙ୍କ ପରାମର୍ଶରେ ଋଣ ପରିଶୋଧ ପାଇଁ ନୂତନ ଯୋଜନା କରିପାରନ୍ତି।

    ଧନୁ : ଅନ୍ୟମାନଙ୍କ କଥାରେ ଭାସିବୁଲିଲେ ମୁଣ୍ଡରେ ହାତ ଦେଇ ବସିବାକୁ ପଡ଼ିବ। ଆଜି ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ରାଜନୀତି, ପ୍ରକାଶନ କିମ୍ବା ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ଧୈର୍ଯ୍ୟଶୀଳତା କାମକୁ ଆସିପାରେ। ପୂର୍ବାଷାଢ଼ା ନକ୍ଷତ୍ର ଅର୍ଥ ସମ୍ପର୍କକୁ ନେଇ ବନ୍ଧୁଙ୍କ ସହ ସମ୍ପର୍କ ହାନି ଘଟିପାରେ।

    ମକର : ଶ୍ରବଣା ନକ୍ଷତ୍ରର ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଥିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ। ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ, ରାଜନୀତିରେ, ସାଂସ୍କୃତିକ କାମରେ ପ୍ରଶଂସିତ ହେବେ। ମାତ୍ର ଏଣେ ଅଫିସରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହେବେ। କର୍ମାରମ୍ଭ, ଯାନବାହନ, ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ ।

    କୁମ୍ଭ : କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ। ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ପକ୍ଷପାତିତାକୁ ନାପସନ୍ଦ କରିପାରନ୍ତି। ଶତଭିଷା ନକ୍ଷତ୍ର ସକାଶେ ବିଶେଷ ଭ୍ରମଣଜନିତ ଶାରୀରିକ ଅସୁସ୍ଥତା ଲାଗି ରହିପାରେ। ଆବଶ୍ୟକତା ପୂରଣ ସକାଶେ ସମ୍ପର୍କୀୟ ଜଣେ ବନ୍ଧୁ ଅର୍ଥ ସାହାଯ୍ୟର ପ୍ରତିଶ୍ରୁତି ଦେବେ।

    ମୀନ : ବହୁ ଆକାଂକ୍ଷିତ ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିପାରନ୍ତି। ସନ୍ଧ୍ୟାରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସି ଖୁସି ହେବେ। ନିଜ ଚତୁଃପାର୍ଶ୍ୱରେ ରହୁଥିବା ବ୍ୟକ୍ତିମାନଙ୍କ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ରେବତୀ ନକ୍ଷତ୍ର ପରିବାରର ଖର୍ଚ୍ଚ ଭାର ବୃଦ୍ଧି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.2 ° C
    23.2 °
    23.2 °
    82 %
    1.2kmh
    100 %
    Sun
    23 °
    Mon
    31 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ