Monday, April 6, 2026
35.2 C
Odisha

    ଜାଣନ୍ତୁ କେତେ ବର୍ଷ ପର୍ଯ୍ୟନ୍ତ ମିଳିବ ସୁଭଦ୍ରା ସହାୟତା ରାଶି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ଦେବାକୁ ପ୍ରତିଶ୍ରୁତି ରଖିଥିଲା ବିଜେପି। ଶୁକ୍ରବାର ସରକାର ଏହି ଯୋଜନାର ଏସ୍‌ଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ସହାୟତା ରାଶି ଦିଆଯିବ। ଏନେଇ ହିତାଧିକାରୀଙ୍କ ସୁଭଦ୍ରା ଡେବିଟ କାର୍ଡ ପ୍ରଦାନ କରାଯିବ। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା ଏସ୍‌ଓପି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍‌ରେ ଏସ୍‌ଓପି ପାରିତ ହୋଇଥିବା ସେ ସୂଚନା ଦେଇଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଡିବିଟି ମାଧ୍ୟମରେ ୨୧ରୁ ୬୦ ବର୍ଷ ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ୫ ହଜାର ଟଙ୍କା ପ୍ରଦାନ କରାଯିବ। ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ଏହି ଟଙ୍କା ପ୍ରଦାନ କରାଯିବ। ଅର୍ଥାତ ପ୍ରତିବର୍ଷ ୨ଥର, ୫ ବର୍ଷ ପର୍ଯ୍ୟନ୍ତ ଏହି ସହାୟତା ରାଶି ମିଳିବ। ଏହାଦ୍ୱାରା ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଯୋଜନା ପାଇଁ ସରକାର ହିତାଧିକାରୀଙ୍କୁ ସୁଭଦ୍ରା ଡେବିଟ୍‌ କାର୍ଡ ପ୍ରଦାନ କରିବେ। ଏଥିସହିତ ରାଜ୍ୟରେ ଡିଜିଟାଲ କାରବାରକୁ ପ୍ରୋତ୍ସାହନ ପାଇଁ ସରକାର ଅତିରିକ୍ତ ସହାୟତା ପ୍ରଦାନ କରିବେ। ସର୍ବାଧିକ ଡିଜିଟାଲ କାରବାର କରିଥିବା ହିତାଧିକାରୀଙ୍କୁ ଅତିରିକ୍ତ ୫ଶହ ପୁରସ୍କାର ସ୍ୱରୂପ ମିଳିବ। ପ୍ରତି ପଞ୍ଚାୟତର ୧୦୦ ଜଣ ହିତାଧିକାରୀଙ୍କୁ ଏହି ଅତିରିକ୍ତ ୫ଶହ ଟଙ୍କା ପାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    30 %
    0.9kmh
    0 %
    Mon
    37 °
    Tue
    38 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ